• Home
  • SPORTS
  • ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ସଫଳ ଆୟୋଜନ ପାଇଁ ଓଡ଼ିଶାକୁ ମିଳିଛି ସ୍ୱତନ୍ତ୍ର ପୁରସ୍କାର
SPORTS

ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ସଫଳ ଆୟୋଜନ ପାଇଁ ଓଡ଼ିଶାକୁ ମିଳିଛି ସ୍ୱତନ୍ତ୍ର ପୁରସ୍କାର

ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ର ସଫଳ ଆୟୋଜନ ପାଇଁ ଓଡ଼ିଶାକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ମିଳିଛି । ଏହା ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ଜୁଲାଇ ମାସରେ ଅନୁଷ୍ଠିତ ହେଇଥିଲା। ଦିଲ୍ଲୀରେ ଅନୁଷ୍ଠିତ ଅର୍ଜୁନ ପୁରସ୍କାର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।

ବହୁ କମ ସମୟ ମଧ୍ୟରେ ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ ବେଶ୍‌ ସୁରୁଖୁରୁରେ ହୋଇପାରିଥିବାରୁ ବିଭିନ୍ନ ଆଡୁ ଅନେକ ପ୍ରଶଂସା ମିଳିଥିଲା । ଏହାସହ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତା ସଫଳତାର ସହ ଆୟୋଜନ କରିଥିବାରୁ ଓଡ଼ିଶାକୁ ମିଳିଛି ସ୍ୱତନ୍ତ୍ର ପୁରସ୍କାର।

ଫଳରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ଆଜି ସ୍ୱତନ୍ତ୍ର ସମ୍ମାନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି। କ୍ରୀଡ଼ା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀରେ ଏକ ସ୍ୱତନ୍ତ୍ର ଉତ୍ସବରେ ଓଡ଼ିଶାକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ମିଳିଛି। ଏହି ଅବସରରେ ସମ୍ମାନ ଗ୍ରହଣ କରିଛନ୍ତି ଇଡ୍‌କୋ ସିଏମ୍‌ଡି ସଂଜୟ ସିଂହ। ନୂଆଦିଲ୍ଲୀ ଠାରେ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏକ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଓଡ଼ିଶାକୁ ଏହି ସମ୍ମାନ ମିଳିଛି।

Related posts

ଫ୍ଲେ ଅଫରୁ ମୁମ୍ବାଇ ଇଣ୍ଡିଆନ୍ସ ବିଦା ହେବା ପରେ ଖୁସି ଜାହିର କଲେ ପ୍ରୀତି ଜିଂଟା !

Krishna Kumar Manoj

ପ୍ରଥମ ଦିନରେ ଭାରତ ୧୮୭ ରନରେ ଅଲ ଆଉଟ , ଦକ୍ଷିଣ ଆଫ୍ରିକା ୬/୧

Krishna Kumar Manoj

ରାଜସ୍ଥାନ ରୟାଲ୍ସକୁ ୬ ୱିକେଟରେ ହରାଇଲା କିଙ୍ଗ୍‌ସ ଏକାଦଶ ପଞ୍ଜାବ!

Krishna Kumar Manoj

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More