Loading...

ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଲେ ୩୬ ହଜାର ୱାର୍ଡ ମେମ୍ବର ଓ ଜଣେ ଜିଲ୍ଲା ପରିଷଦ

ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଲେ ୩୬ ହଜାର ୱାର୍ଡ ମେମ୍ବର ଓ ଜଣେ ଜିଲ୍ଲା ପରିଷଦ

ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଜୋନ୍-୨ ଜିଲ୍ଲା ପରିଷଦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବିଜେଡି ପ୍ରାର୍ଥୀ କଳ୍ପନା ପ୍ରଧାନ ଜୋନ୍-୨ରୁ ଜିଲ୍ଲା ପରିଷଦ ଭାବେ ନିର୍ବାଚନ ଜିତିଛନ୍ତି ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଉଷ୍ମ ରହିଛି ରାଜ୍ୟ ରାଜନୀତି । ଲୋକଙ୍କୁ ନିଜ ସପକ୍ଷରେ ମନାଇବା ଲାଗି ପ୍ରଚାର ଆରମ୍ଭ କରିଛନ୍ତି ପ୍ରାର୍ଥୀ । ଆଉ ରାଜ୍ୟର କିଛି ସ୍ଥାନରେ କେତେକ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଛନ୍ତି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ।

ରାଜ୍ୟ ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ, ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଜୋନ୍-୨ ଜିଲ୍ଲା ପରିଷଦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବିଜେଡି ପ୍ରାର୍ଥୀ କଳ୍ପନା ପ୍ରଧାନ ଜୋନ୍-୨ରୁ ଜିଲ୍ଲା ପରିଷଦ ଭାବେ ନିର୍ବାଚନ ଜିତିଛନ୍ତି । ରାଜ୍ୟରେ ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ୮୫୩ ଜଣ ନାମାଙ୍କନ କରିଥିବା ବେଳେ ଜଣେ ନିର୍ଦ୍ୱନ୍ଦ୍ୱରେ ଜିତିଛନ୍ତି ।ସେହିଭଳି ୱାର୍ଡ ମେମ୍ବର ପ୍ରାର୍ଥୀ ଭାବେ ୯୧ ହଜାର ୮୯୦ ଜଣ ନାମାଙ୍କନ କରିଥିବା ବେଳେ ୩୬ ହଜାର ୫୨୩ ଜଣ ନିର୍ଦ୍ୱନ୍ଦ୍ୱରେ ଜିତିଛନ୍ତି । ୬ ହଜାର ୭୯୩ ସରପଞ୍ଚ ପ୍ରାର୍ଥୀ ମଧ୍ୟରୁ ୧୨୬ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ୬ ହଜାର ୭୯୩ ପଞ୍ଚାୟତ ସମିତି ପ୍ରାର୍ଥୀଙ୍କ ମଧ୍ୟରୁ ୩୨୬ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଛନ୍ତି ।

ଢେଙ୍କାନାଳ ଜିଲ୍ଲାର ଢିଙ୍କିଆରେ ଏବେ ପଞ୍ଚାୟତ ନିର୍ବାଚନ ହେବ ନାହିଁ । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ ଢିଙ୍କିଆରେ ସରପଞ୍ଚ ଓ ୨୩ ୱାର୍ଡ ମେମ୍ବର ଲାଗି ୨୦୨୩ ମସିହାରେ ନିର୍ବାଚନ ହେବ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.