ରାଜ୍ୟର ଯୁକ୍ତ ୨ ଦ୍ବିତୀୟ ବର୍ଷରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। ଆସନ୍ତା ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ପଢୁଥିବା ଛାତ୍ରଛାତ୍ରୀମାନେ ବୋର୍ଡ ପରୀକ୍ଷା ଦେବେ।
ରାଜ୍ୟର ଯୁକ୍ତ ୨ ଦ୍ବିତୀୟ ବର୍ଷରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। ଆସନ୍ତା ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ପଢୁଥିବା ଛାତ୍ରଛାତ୍ରୀମାନେ ବୋର୍ଡ ପରୀକ୍ଷା ଦେବେ। ବାର୍ଷିକ ପରୀକ୍ଷା ନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଯୁକ୍ତ ୨ ବୋର୍ଡ ପରୀକ୍ଷା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ ) ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଅନୁସାରେ ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ହେବ। ସେହିପରି କଳା ଓ ବାଣିଜ୍ୟ ବିଷୟରେ ୨ ତାରିଖରେ ହେବାକୁ ଥିବା ବେଳେ ମାର୍ଚ୍ଚ ୩ ତାରିଖରୁ ଧନ୍ଦାମୂଳକ ଶିକ୍ଷା ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ତେବେ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା ଫେବ୍ରୁଆରି ୧ ତାରିଖ ଠାରୁ ଆରମ୍ଭ ହୋଇ ୧୦ ତାରିଖ ମଧ୍ୟରେ ଶେଷ ହେବ। ପରୀକ୍ଷା ସମୟରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକମାନେ କୋଭିଡ୍ ଗାଇଡଲାଇନ୍କୁ ବାଧ୍ୟତାମୂଳକ ଭାବେ ପାଳନ କରିବେ। ଜାନୁଆରି ୧୫ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ର ଚୂଡ଼ାନ୍ତ ହେବ। ପରୀକ୍ଷା କେନ୍ଦ୍ର ଗୁଡ଼ିକ ସିସିଟିଭି ସର୍ଭିଲାନ୍ସରେ ରହିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର ଏହି ସୂଚନା ଦେଇଛନ୍ତି।