Loading...

୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି

୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି

ରାଜ୍ୟର ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ । ରାଜ୍ୟରେ ପ୍ରାଥମିକ ଶିକ୍ଷକ ଅଭାବ ପୂରଣ ପାଇଁ ସେମାନଙ୍କୁ ବର୍ଷିକିଆ ଚୁକ୍ତି ଅର୍ଥାତ ସ୍କିମେଟିକ୍ ଭାବେ ନିଯୁକ୍ତି ଦିଆଯିବ ।

ରାଜ୍ୟର ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ । ରାଜ୍ୟରେ ପ୍ରାଥମିକ ଶିକ୍ଷକ ଅଭାବ ପୂରଣ ପାଇଁ ସେମାନଙ୍କୁ ବର୍ଷିକିଆ ଚୁକ୍ତି ଅର୍ଥାତ ସ୍କିମେଟିକ୍ ଭାବେ ନିଯୁକ୍ତି ଦିଆଯିବ । ଓଡ଼ିଶା ବିଦ୍ୟାଳୟ ଓ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଏହି ନିଯୁକ୍ତି ପ୍ରକ୍ରିୟା ପରିଚାଳନା କରିବ । ଏନେଇ ଓସେପା ୱେବସାଇଟ୍‌ରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଥିଲା ବେଳେ, ଅକ୍ଟୋବର ୧୦ ଶେଷ ତାରିଖ ରହିଛି। କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ।

ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍ (https://osepa.odisha.gov.in) ରେ ଆଶାୟୀମାନେ ଆବେଦନ କରିବେ । ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ । ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.