February 18, 2019

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପୁରିଲା ୧୦ ବର୍ଷ

mumbai

ମୁମ୍ବାଇ ୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ୧୦ ବର୍ଷ ପୂରିଛି। ପାକିସ୍ତାନ ପ୍ରାୟୋଜିତ ଲସ୍କର-ଇ-ତୋଇବାର ୧୦ ଜଣ ଆତଙ୍କବାଦୀ ସେଦିନ ମୁମ୍ବାଇ ରେଳ ଷ୍ଟେସନ୍ ଠାରୁ ଆରମ୍ଭ କରି ନରିମାନ ହାଉସ, ହୋଟେଲ ଓବରଏ, ହୋଟେଲ୍ ତାଜ ପ୍ୟାଲେସ, ଲିଓପୋଲଡ କାଫେରେ ରାତିସାରା ସଂହାର ଲୀଳା ଚଳାଇଥିଲେ ।

mumbai

ଷଡ଼ଯନ୍ତ୍ରର ମାଷ୍ଟର ମାଇଣ୍ଡ୍‌ ହାଫିଜ୍‌ ସଇଦ୍‌ ଏବଂ ଜକିଉର ରହମାନ୍‌ ଲାଖଓ୍ବୀ ନିର୍ଭୟରେ ବୁଲୁଛନ୍ତି। ସେମାନଙ୍କୁ ପାକିସ୍ତାନ ଦେଇଛି ଆଶ୍ରୟ। ଏହାକୁ ନେଇ ଆମେରିକା ଉଦ୍‌ବେଗ ପ୍ରକାଶ କରିବା ସହିତ ଏମାନଙ୍କୁ ଧରାଇଦେବାର ପୁରସ୍କାର ରାଶିକୁ ୩୫ କୋଟି ଟଙ୍କାକୁ ବୃଦ୍ଧି କରିଛି।

ସୂଚନାଯୋଗ୍ୟ,ଏହି ବର୍ବର ଆତଙ୍କୀଙ୍କ ଗୁଳିମାଡରେ ୧୬୪ରୁ ଅଧିକ ନିରିହ ଜନତାଙ୍କ ମୃତ୍ୟୁ ହେବା ସହ ୩୦୮ରୁ ଅଧିକ ଆହତ ହୋଇଥିଲେ। ତେବେ ଏକମାତ୍ର ଆତଙ୍କୀ ଜମଲ କସବକୁ ଛାଡ଼ି ବାକି ସମସ୍ତ ଆତଙ୍କବାଦୀ ଭାରତୀୟ ସୁରକ୍ଷା କର୍ମୀଙ୍କ ଗୁଳିରେ ନିହତ ହୋଇଥିଲେ । ଏହି ଆତଙ୍କବାଦୀମାନଙ୍କୁ ସମୁଳେ ନିପାତ କରିବା ପାଇଁ ସୁରକ୍ଷା କର୍ମୀଙ୍କୁ ଲାଗିଥିଲା ୪ ଦିନ । ଶେଷରେ ୨୯ ନଭେମ୍ବର ୨୦୦୮ରେ ଶେଷ ହୋଇଥିଲା ଅପରେସନ୍ ବ୍ଲାକ ଟର୍ଣ୍ଣାଡୋ ।

ପଢନ୍ତୁ;  ଚନ୍ଦାପଣ ପାଇଁ ଚିନ୍ତିତ କି ? ଏହି ସମସ୍ୟାରୁ ମୁକ୍ତି ପାଇଁ ଖାଆନ୍ତୁ ଏହିସବୁ ଖାଦ୍ୟ

Related posts

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More