Loading...

ରାଜ୍ୟରେ ଛୋଟ ବନ୍ୟା ଆଶଙ୍କା, ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ

ରାଜ୍ୟରେ ଛୋଟ ବନ୍ୟା ଆଶଙ୍କା, ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ

ଉପର ମୁଣ୍ଡରେ ପ୍ରବଳ ବର୍ଷା ‌ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏବେ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍‌ର୨୨ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କାର୍ଯ୍ୟ ଚାଲି ରହିଥିଲା।

ଉପର ମୁଣ୍ଡରେ ପ୍ରବଳ ବର୍ଷା ‌ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏବେ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍‌ର୨୨ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କାର୍ଯ୍ୟ ଚାଲି ରହିଥିଲା। ଜଳସ୍ଥର ନିୟନ୍ତ୍ରଣ ବାହାରକୁ ଯିବାରୁ ଆହୁରି ୪ଟି ଗେଟ୍‌ ଖୋଲି ଦିଆଯାଇଛି। ହୀରାକୁଦରେ ଏବେ ସମୁଦାୟ ୨୬ ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୧୬ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଦକ୍ଷିଣ ପଟରୁ ୧୦ଟି ଗେଟ୍‌ ଖୋଲାଯାଇଛି। ବୁଧବାର ୨ଟି ସ୍ଲୁଇସ୍‌ ଗେଟ୍ ଖୋଲାଯାଇଥିବା ବେଳେ ଗୁରୁବାର ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଥିଲା। ବୁଧବାର ସନ୍ଧ୍ୟା ୬ଟାରେ ଜଳସ୍ତର ୬୨୮.୩୧ ଫୁଟ୍ ରହିଥିବା ବେଳେ ଗୁରୁବାର ସନ୍ଧ୍ୟା ୬ଟାରେ ୬୨୮.୫୮ ଫୁଟ୍‌ରେ ପହଞ୍ଚିଥିଲା। ଗତକାଲି ପୁଣି ୮ଟି ଗେଟ୍‌ ଖୋଲି ଜଳ ନିଷ୍କାସନ କରାଯାଉଥିଲା।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.