Loading...

ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ମାମଲାରେ ୫ ଗିରଫ

ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ମାମଲାରେ ୫ ଗିରଫ

ହକି ତାରକା ତଥା ପୂର୍ବତନ ହକି କ୍ୟାପଟେନ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ମାମଲାରେ ୫ଜଣଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଶ୍ରୀକାନ୍ତ ନାୟକ ଓ ତାର ସହଯୋଗୀ ସୁନା ଛଡ଼ା ଗ୍ୟାଙ୍ଗ ଲିଡର ମୁଖ୍ୟ ଜି. ଗଙ୍ଗା ରେଡି, ମିଲୁ ବେହେରା  ଓ ଚିତ୍ତ ଦଳେଇ ଗିରଫ ହୋଇଛନ୍ତି।

ହକି ତାରକା ତଥା ପୂର୍ବତନ ହକି କ୍ୟାପଟେନ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ମାମଲାରେ ୫ଜଣଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଶ୍ରୀକାନ୍ତ ନାୟକ ଓ ତାର ସହଯୋଗୀ ସୁନା ଛଡ଼ା ଗ୍ୟାଙ୍ଗ ଲିଡର ମୁଖ୍ୟ ଜି. ଗଙ୍ଗା ରେଡି, ମିଲୁ ବେହେରା  ଓ ଚିତ୍ତ ଦଳେଇ ଗିରଫ ହୋଇଛନ୍ତି। ଏମାନଙ୍କ ନାଁରେ କମିସନରେଟ ପୁଲିସ ଅଞ୍ଚଳରେ ୧୦୦ରୁ ଅଧିକ ମାମଲା ରହିଛି। ଜେଲ ଫେରନ୍ତା ଅଭିଯୁକ୍ତଙ୍କ ସହ ମିଶି ଅଟୋରେ ରେକୀ କରି ଏମାନେ ଚୋରି କରୁଥିଲେ।
ସେମାନଙ୍କଠାରୁ ପ୍ରବୋଧଙ୍କ ଘରୁ ଚୋରି ହୋଇଥିବା ୧୪ଟି ମେଡାଲ ଜବତ ହୋଇଛି। ଗୋଟିଏ ଗୋଲଡ ମେଡାଲ, ୮ଟି ବ୍ରୋଞ୍ଜ ମେଡାଲ, ୫ଟି ସିଲଭର ମେଡାଲ, ସୁନା କାନ ଫୁଲ, ପ୍ଲାଟିନମ ଚେନ, ଗୋଲଡ ପ୍ଲେଟେଡ଼ କ୍ଲିପ, ୫୬ ଇଞ୍ଚର ଏଲଇଡ଼ି ଟିଭି, ଡିଏସଏଲଆର କ୍ୟାମେରା, ମୋବାଇଲ ଫୋନ,ଗ୍ୟାସ ସିଲିଣ୍ଡର ଓ ଘର ତଡା ଉପକରଣ ଜବତ କରାଯାଇଛି। ଗତ ୨୦ ତାରିଖରେ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ହୋଇଥିଲା। ଘରେ ଥିବା ମୂଲ୍ୟବାନ ଆସବାବପତ୍ର ସମେତ ସମସ୍ତ ମେଡାଲ କେହି ଚୋରି କରି ନେଇ ଯାଇଥିଲେ। ଏ ନେଇ ପ୍ରବୋଧଙ୍କ ଭାଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ପରେ ପୁଲିସ ସାଇଣ୍ଟିଫିକ୍ ଟିମ୍ ସହିତ ଛାନଭିନ୍ ଚଳାଇଥିଲା ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.