26 C
Bhubaneswar
October 1, 2020
EnewsOdia.Com
ନ୍ୟୁଜ୍

କରୋନା ପାଇଁ ଘୁଞ୍ଚିଲା ସ୍କୁଲ ପରୀକ୍ଷା

କରୋନାକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ସ୍କୁଲକୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାସହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପରୀକ୍ଷାକୁ ଘୁଞ୍ଚା ଯାଇଛି। ତେବେ ଦ୍ୱାଦଶ ଶ୍ରେଣୀ ପାଇଁ ଚାଲୁ ରହିଥିବା ପରୀକ୍ଷା ଜାରି ରହିବ। ସେହିପରି ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଖାତାଦେଖା ମଧ୍ୟ ଯଥାରୀତି ଚାଲିବ।

ସ୍କୁଲକୁ ନ ଆସିଲେ ବି ଶିକ୍ଷକମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ନିର୍ଦ୍ଦେଶ ପାଇଁ ଫୋନରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୩୧ ଯାଏ ରାଜ୍ୟର ସବୁ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ଘୋଷଣା କରିଥିଲେ। ଏହାସହ ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିଛି।

ପଢନ୍ତୁ: ଗଣମାଧ୍ୟମ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟସରକାର

Related posts

ରାଜ୍ୟରେ ବଢିବ ବର୍ଷା, ତିନି ଦିନ ପାଇଁ ୧୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Ratnamani Maharana

ଆସନ୍ତା ୨୦ରୁ ଥରାଇବ ଶୀତ, ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ

Ratnamani Maharana

ଜାଲରେ ପଡ଼ିଲା ୨ କୁଇଣ୍ଟାଲର ସାଙ୍କୁଚ ମାଛ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More