• Home
  • News
  • ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ:୧ କୋଟି ୫୭ ଲକ୍ଷର ୪୩ ପ୍ରକଳ୍ପକୁ ମଞ୍ଜୁରୀ
News

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ:୧ କୋଟି ୫୭ ଲକ୍ଷର ୪୩ ପ୍ରକଳ୍ପକୁ ମଞ୍ଜୁରୀ

“ଆମ ଗାଁ ଆମ ବିକାଶ”

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧ କୋଟି ୫୭ ଲକ୍ଷ ଟଙ୍କାର ୪୩ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ବାଲେଶ୍ୱର ଜିଲ୍ଲାର ଅଡ଼ା ଗ୍ରାମ ପଂଚାୟତ, ମାଲକାନଗିରି ଜିଲ୍ଲାର ଗୋବିନ୍ଦପାଲୀ ଗ୍ରାମ ପଂଚାୟତ, ବୌଦ୍ଧ ଜିଲ୍ଲାର ବାଉଁଶୁଣୀ ଓ ପୁରୀ ଜିଲ୍ଲାର ବଳଙ୍ଗା ଗ୍ରାମ ପଂଚାୟତ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିବା ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ।

ଭିଡ଼ିଓ କନଫରେନସିଂ ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ଗ୍ରାମ ପଂଚାୟତ ଗୁଡ଼ିକର ସରପଂଚମାନଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସମ୍ପର୍କରେ ଉପସ୍ଥାପନା କରିବା ପାଇଁ କହିଥିଲେ ଏବଂ ସେମାନଙ୍କ ଠାରୁ ପଂଚାୟତ ଭିତିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବ ଗୁଡ଼ିକୁ ବିଚାର କରି ତୁରନ୍ତ ମଞ୍ଜୁରୀ ପ୍ରଦାନ କରିଥିଲେ । ଗାଁର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନବ ପ୍ରୟାସ ପାଇଁ ସ୍ଥାନୀୟ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ମାର୍ଚ୍ଚ ୫ ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସପ୍ତାହକୁ ଦୁଇ ଦିନ ବିଭିନ୍ନ ପଂଚାୟତର ଜନସାଧାରଣଙ୍କୁ ଭେଟି ସେମାନଙ୍କ ଗାଁର ବିକାଶ ସଂପର୍କରେ ଆଲୋଚନା କରୁଛନ୍ତି।

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ:୧ କୋଟି ୫୭ ଲକ୍ଷର ୪୩ ପ୍ରକଳ୍ପକୁ ମଞ୍ଜୁରୀ amagaan

ପଢନ୍ତୁ; ଆଜି ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ!

Related posts

ବର୍ଷା ଲାଗିରହିବ, ପବନର ବେଗ ବଢିବା ସହ ଆସନ୍ତା ୩୬ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Krishna Kumar Manoj

ପରଲୋକରେ ବଲିଉଡ ଅଭିନେତ୍ରୀ ଗୀତା କପୁର !

Krishna Kumar Manoj

ମେ ୭ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ !

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More