ଆସନ୍ତା ୨୪ରେ ଓଡିଶା ଆସିବେ ଅମିତ ଶାହା

ଆସନ୍ତା ୨୪ରେ ଓଡିଶା ଗସ୍ତରେ ଆସିବେ ଅମିତ ଶାହା। ପୁରୀରେ ହେବାକୁ ଥିବା ଓଡ଼ିଶା ମହିଳା ମୋର୍ଚ୍ଚା ସମାବେଶରେ ସେ ଯୋଗଦେବାର କାର୍ୟ୍ୟକ୍ରମ ରହିଥିବା ରାଜ୍ୟ ମହିଳା ବିଜେପି ସଭାନେତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ,ଆସନ୍ତା ସେପ୍ଟେମ୍ବର ୨୨ରେ ଓଡ଼ିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଝାରସୁଗୁଡାରେ ନବନିର୍ମିତ ଏୟାରପୋର୍ଟର ଉଦଘାଟନ ଓ ତାଳଚେରଠାରେ ଥିବା ସାରକାରଖାନା ପୁନରୁଦ୍ଧାର ପ୍ରକଳ୍ପର ଶିଳାନ୍ୟାସ କରିବେ । ସେ ୨୨ ତାରିଖରେ ନୂଆଦିଲ୍ଲୀରୁ ବାହାରି ସିଧାସଳଖ ଝାରସୁଗୁଡାରେ ପହଞ୍ଚି ସେଠାରେ ଏୟାରପୋର୍ଟକୁ ଉଦଘାଟନ କରିବେ। ଝାରସୁଗୁଡାରେ ସେ ନବନିର୍ମିତ ଏୟାରପୋର୍ଟକୁ ଉଦଘାଟନ କରିବା ସହ ଝାରସୁଗୁଡା-ରାଞ୍ଚି ଫ୍ଲାଇଟର ଶୁଭାରମ୍ଭ କରିବେ।

ସୂଚନାଯୋଗ୍ୟ, ଓଡ଼ିଶା ଉପରେ ନଜର ରଖିଛି ବିଜେପି । ଏଥିପାଇଁ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ବିଜେପିର ବହୁ ତୁଙ୍ଗ ନେତା ଓଡ଼ିଶାକୁ ପୂର୍ବରୁ ବହୁ ଥର ଗସ୍ତ କରିସାରିଛନ୍ତି ।

ପଢନ୍ତୁ;ଅଙ୍ଗନୱାଡ଼ି ଦିଦିଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୩ ଗିରଫ

Related posts

ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ, ୧୨ ଛାତ୍ରୀଛାତ୍ର ଆହତ

ହାତୀ ପାଇଁ ଗ୍ରାମବାସୀ ଓ ବନ ବିଭାଗ କର୍ମଚାରୀ ମୁହାଁମୁହିଁ

୧୯ରେ ଶପଥ ନେବେ ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ