କେବଳ ସ୍ୱାଦ ନୁହେଁ ସୌନ୍ଦର୍ଯ୍ୟକୁ ମଧ୍ୟ ବଢାଇଥାଏ ମେଥି ! ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ

ମେଥି  ଅନେକ ରୋଗକୁ ହରଣ କରିଥାଏ ।  ଏହାର ବ୍ୟବହାର ପୁରାତନ କାଳରୁ ରହି ଆସିଛି । ଆୟୁର୍ବେଦରେ ମେଥିର ଭୂମିକା ଅନନ୍ୟ ।  ଏହାର ବ୍ୟବହାର କେବଳ ସ୍ୱାଦ ବଢାଇବା ଲାଗି ନୁହେଁ , ସୌନ୍ଦର୍ଯ୍ୟ ବଢାଇବାରେ ମଧ୍ୟ ସହାୟକ ହୋଇଥାଏ ।

ତେବେ ଜାଣନ୍ତୁ ମେଥି ଆମର କି କି ଉପକାର ଆଉ ଉପଚାରରେ ଆସିଥାଏ –

  • ମେଥିରୁ ପ୍ରସ୍ତୁତ ଫେସପ୍ୟାକ୍ ବ୍ରଣ , ଚର୍ମକୁଂଚନ, ବ୍ଲାକ୍ ହେଡସ ଆଦିରୁ ରକ୍ଷା କରିଥାଏ । ଅଳ୍ପ ପାଣିରେ ମେଥି ପକାଇ ପୁଟାଇବା ପରେ ସେହି ପାଣିରେ ମୁହଁ ଧୁଅନ୍ତୁ । ଆହୁରି ମଧ୍ୟ ମେଥି ପତ୍ରକୁ ବାଟି ତାକୁ ଲଗାଇ ପାରିବେ । ଏହାକୁ ଲଗାଇବା ପରେ ପ୍ରାୟ ୨୦ ମିନିଟ୍ ଛାଡି ମୁହଁକୁ ଧୋଇ ଦିଅନ୍ତୁ । ଏପରି କଲେ ମୁହଁରେ ଚମକ ବଢିଯିବ ।
  • ନିଜର ପ୍ରତିଦିନର ଖାଦ୍ୟରେ ଯଦି କିଛି ମେଥି ନିଅନ୍ତି ତେବେ ଏହା ଅମ୍ଳରୁ ରକ୍ଷା କରିବା ସହ ଛାତି ପୋଡାଜଳାରୁ ରକ୍ଷା କରିଥାଏ । ତେବେ ମେଥିର ବ୍ୟବହାର ପୂର୍ବରୁ ତାକୁ ପାଣିରେ ଭିଜାଇ ରଖନ୍ତୁ ।
  • ମଧୁମେହ ଠାରୁ ଦୂରେଇ ରହିବା ପାଇଁ ଚାହୁଁଥିଲେ ପ୍ରତିଦିନ ଏକ ଚାମଚ ମେଥିଦାନା ପାଉଡର୍ ପାଣି ସହ ସେବନ କରନ୍ତୁ । ଏହାବାଦ୍ ଏକ ଚାମଚ ମେଥିକୁ ଗୋଟେ କପ୍ ପାଣିରେ ରାତିସାରା ଭିଜାଇ ରଖନ୍ତୁ । ସକାଳୁ ଏହି ପାଣିକୁ ପିଅନ୍ତୁ । ଏହା ଦ୍ୱାରା ଓଜନ ମଧ୍ୟ ସନ୍ତୁଳିତ ରହିଥାଏ ।
  • ଯଦି ଆପଣଙ୍କ ଚୁଟି ଝଡି ପତଳା ହୋଇଗଲାଣି ତେବେ ନଡିଆ ତେଲରେ ମେଥି ପକାଇ ସିଝାଇ ଦିଅନ୍ତୁ । ଏହି ତେଲକୁ ରାତି ସାରା ରଖି ପରଦିନ ସକାଳେ ଲଗାନ୍ତୁ । ଏପରି ନିୟମିତ କଲେ ବାଳ ଝଡିବା କମି ଯାଇଥାଏ ।
  •  ମୁଣ୍ଡରେ ମେଥି ଦାନାର ପେଷ୍ଟ ଲଗାଇଲେ ଚୁଟି କଳା ହେବା ସହ ଘନ ହୋଇଥାଏ ।
  • ଗୋଟିଏ ଚାମଚ୍ ଲମ୍ବୁ ରସ, ମହୁ ସହ ମେଥି ଖାଇବା ଦ୍ୱାରା ଥଣ୍ଡା, ଜ୍ୱର, କାଶ ଏବଂ ଗଳାକଷ୍ଟରୁ ରକ୍ଷା ମିଳିଥାଏ।

ପଢନ୍ତୁ ;

ରାତ୍ରିଭୋଜନରେ ବେଶି ଖାଦ୍ୟ ଗ୍ରହଣ କରୁଛନ୍ତି କି ? ଏହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ! ଜାଣନ୍ତୁ ଏହାର କାରଣ

Related posts

ଆପଣଙ୍କ ଓଠ ଫାଟୁଛି କି ? ତେବେ ଜାଣିରଖନ୍ତୁ ଏହି ଘରୋଇ ଉପଚାର

ସକାଳୁ ଗରମ ଲେମ୍ବୁ ପାଣି ପିଇବା ଦ୍ଵାରା କଣ ଫାଇଦା ମିଳିଥାଏ? ଜାଣନ୍ତୁ

ଦହି ପାଣି ପିଇବା ଦ୍ଵାରା କଣ ଲାଭ ମିଳିଥାଏ? ଆସନ୍ତୁ ଜାଣିବା ସେ ସମ୍ପର୍କରେ