ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି !

୨୦୧୮-୧୯ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିବା ନେଇ ନିଷ୍ପତ୍ତି ନିଆଯାଇଛି

ରାଜ୍ୟର ସମସ୍ତ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିବ। ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ଏଣିକି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।  ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

୨୦୧୮-୧୯ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିବା ନେଇ ନିଷ୍ପତ୍ତି ନିଆଯାଇଛି । ଫଳରେ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରଗୁଡ଼ିକ କପିମୁକ୍ତ ହୋଇପାରିବ ବୋଲି ମହାପାତ୍ର କହିଛନ୍ତି। ଅନେକ ସ୍କୁଲରେ ଏବେ ମଧ୍ୟ କପି ହେଉଥିବା ଦେଖିବାକୁ ମିଳୁଛି । ସିସିଟିଭି ଯୋଜନା କାର୍ଯ୍ୟକାରୀ ହେଲେ ରାଜ୍ୟର ଶିକ୍ଷାର ପ୍ରକୃତ ସ୍ଥିତି ଜଣାପଡ଼ିବ ବୋଲି ଆଶା କରାଯାଉଥିବା ସେ କହିଛନ୍ତି।

ଭୁବନେଶ୍ୱରରେ ଆୟୋଜିତ ପରୀକ୍ଷା ପଦ୍ଧତିରେ ସଂସ୍କାର ଓ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ଏକ ଆଲୋଚନା କାର୍ଯ୍ୟକ୍ରମରେ ଭାଗ ନେଇ ବିଭାଗୀୟ ସଚିବ ଏହି ସୂଚନା ଦେଇଛନ୍ତି।

ପଢନ୍ତୁ ;

ସିଲ୍ପା ସେଟ୍ଟୀଙ୍କ ପତି ରାଜ କୁନ୍ଦ୍ରାଙ୍କୁ ଇଡିର ସମନ !

Related posts

ଶିଳ୍ପପତି ମହିମା ମିଶ୍ରଙ୍କ ମିଳିଥିବା ଜାମିନକୁ ଖାରଜ କଲେ ସୁପ୍ରିମକୋର୍ଟ

ବିବାହରେ ବରକୁ ମିଳିଲା ପେଟ୍ରୋଲ ଉପହାର

ସୁଷ୍ଟିହେବ ଦେଶର ତୃତୀୟ ବୃହତ ବ୍ୟାଙ୍କ,କୌଣସି କର୍ମଚାରୀ ଛଟେଇ ହେବେନି: ଜେଟଲୀ