ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଦୁଇଦିନ ପ୍ରବଳ ବର୍ଷା

Rain 2 750x430

 ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ  ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ  ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।  ବିଶେଷ କରି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେ ଆହୁରି କହିଛନ୍ତି,“ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ପରେ ବର୍ଷାର ପରିମାଣ କମିବ। ଏହାପରେ ୨୮ ଓ ୨୯ ତାରିଖ ବେଳକୁ ପୁଣି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।” ଶ୍ରୀ ଗିରି  କହିଛନ୍ତି,“ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ  ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ”

ପଢନ୍ତୁ: କଂଗ୍ରେସରେ ବଢ଼ୁଛି ମୋଦିଙ୍କ କ୍ରେଜ

Related posts

ହୁ ହୁ ହୋଇ ବଢୁଛି ପିଆଜ ଦର

ବିକ୍ରମ ଲ୍ୟାଣ୍ଡର ପାଇଁ ସୋଲେ’ ଫିଲ୍ମ ଷ୍ଟାଇଲରେ ଯମୁନା ପୋଲଖୁଣ୍ଟ ଶୀର୍ଷରେ ଚଢିଲେ ଯୁବକ

ଜନ୍ମଦିନରେ ମୋଦିଙ୍କୁ ଏହି ଉପହାର ଦେଲେ ବଲିଉଡ୍‌ ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂଶାଲୀ