Loading...

ଶ୍ରୀଲିଙ୍ଗରାଜ ମନ୍ଦିରରେ ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳୁ ମିଳିବ ଅବଢ଼ା

ଶ୍ରୀଲିଙ୍ଗରାଜ ମନ୍ଦିରରେ ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳୁ ମିଳିବ ଅବଢ଼ା

ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍‌ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।

ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍‌ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ। ସକାଳ ୯ଟାରେ ଭୋଗ ମଣ୍ଡପ ସମାପନ କରାଯାଇ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ସାହାଣ‌‌ମେଲା ଦର୍ଶନ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଧନୁ ସଂକ୍ରାନ୍ତି ପାଇଁ ନୀତି ନିର୍ଘଣ୍ଟ କରାଯାଇଛି।

ସୂଚନାନୁସାରେ, ଏପଟେ ସକାଳୁ ଅବଢ଼ା ପାଇଁ ବହୁ ଭକ୍ତଙ୍କ ଭିଡ଼ ହେବା ଆଶଙ୍କା ଥିବାରୁ ମନ୍ଦିରର ରୋଷ ସେବାୟତମାନେ ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ସକାଳ ଧୂପ ପରେ ଅବଢ଼ା ମିଳିବା ଦ୍ବାରା ବହୁ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ ସହଜରେ ମନ୍ଦିରର ଆନନ୍ଦବଜାରରେ ଅବଢ଼ା ପାଇ ପାରିବେ ବୋଲି ସେବାୟତମାନେ କହିଛନ୍ତି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.