Loading...

ଆଜିଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ

ଆଜିଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ।

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ର ଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଉପସ୍ଥିତ ରହିବେ। ପୁରୀରୁ ଟ୍ରେନ ଛାଡିଲେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଯାଜପୁର ରୋଡ, ଭଦ୍ରକ, ବାଲେଶ୍ୱର ଓ ଖଡଗପୁର ଷ୍ଟେଶନରେ ରହିବ। ତେବେ ଏହା ଓଡ଼ିଶାର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ହେବ। 

ସୂଚନାନୁସାରେ, ଗୁରୁବାର ବ୍ୟତୀତ ସପ୍ତାହର ଅନ୍ୟ ୬ ଦିନ ଏହି ଟ୍ରେନ୍‌ ନିୟମିତ ଭାବେ ଚାଲିବ। ୧୬ଟି କୋଚ୍‌ ବିଶିଷ୍ଟ ଏହି ଏକ୍ସପ୍ରେସ୍‌ ଦକ୍ଷିଣ ପୂର୍ବ ରେଳ ଡିଭିଜନ୍‌ ଅଧୀନରେ ଚାଲିବ। ଲୋକାର୍ପଣ ପରେ ‘ଆପ୍‌’ ଅଥବା ‘ୱେବ୍‌ସାଇଟ୍‌’ ମାଧ୍ୟମରେ ଟିକେଟ୍‌ କିଣାଯାଇ ପାରିବ। ଏହି ଟ୍ରେନ୍ ରେଳ ଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଓ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ। ପର୍ଯ୍ୟଟନକୁ ବୃଦ୍ଧି କରିବ ଏବଂ ଅଞ୍ଚଳର ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.