Loading...

ଆଜିଠୁ ୧୦ ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଆଜିଠୁ ୧୦ ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଭିତରକନିକା ଜାତୀୟ ଉଦ୍ୟାନ କୁମ୍ଭୀର ଗଣନା ପାଇଁ ଆଜିଠାରୁ ୧୪ ତାରିଖ ପର୍ଯ୍ଯନ୍ତ ପର୍ଯ୍ଯଟକ ମାନଙ୍କ ପାଇଁ ବନ୍ଦ ରହିବ । ବିରଳ ବଉଳା କୁମ୍ଭୀର ମାନଙ୍କ ଅନ୍ତୁଡିଶାଳ ଭିତରକନିକା ରେ ପ୍ରତିବର୍ଷ ପରି ଚଳିତବର୍ଷ କୁମ୍ଭୀର ଗଣନା କରାଯିବ

ଭିତରକନିକା ଜାତୀୟ ଉଦ୍ୟାନ କୁମ୍ଭୀର ଗଣନା ପାଇଁ ଆଜିଠାରୁ ୧୪ ତାରିଖ ପର୍ଯ୍ଯନ୍ତ ପର୍ଯ୍ଯଟକ ମାନଙ୍କ ପାଇଁ ବନ୍ଦ ରହିବ । ବିରଳ ବଉଳା କୁମ୍ଭୀର ମାନଙ୍କ ଅନ୍ତୁଡିଶାଳ ଭିତରକନିକା ରେ ପ୍ରତିବର୍ଷ ପରି ଚଳିତବର୍ଷ କୁମ୍ଭୀର ଗଣନା କରାଯିବ । ରାଜନଗର ବନଖଣ୍ଡ ର ରାଜନଗର,ଗହୀରମଥା, କନିକା ଓ ମହାକାଳପଡ଼ା ଏହି ୪ଟି ରେଞ୍ଜରେ ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ଯଟକ ଙ୍କ ପାଇଁ ବନ୍ଦ ରହିବ ।ଜାନୁଆରୀ ୪ ତାରିଖରୁ ୧୪ ତାରିଖ ପର୍ଯ୍ଯନ୍ତ ୧୧ ଦିନ ଧରି ଭିତରକନିକା ବନ୍ଦ ରହିବ । ଜାନୁଆରୀ ୨୦୨୨ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକା ରେ ୧୭୮୪ଟି ବଉଳା କୁମ୍ଭୀର ଅଛନ୍ତି । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.