Loading...

ରାସନ କାର୍ଡରେ ପଞ୍ଜିକୃତ ନଥିଲେ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କାର୍ଡର ସୁବିଧା ପାଇବେ ୫ରୁ ୧୮ ବର୍ଷ ବୟସର ପିଲା

ରାସନ କାର୍ଡରେ ପଞ୍ଜିକୃତ ନଥିଲେ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କାର୍ଡର ସୁବିଧା ପାଇବେ ୫ରୁ ୧୮ ବର୍ଷ ବୟସର ପିଲା

ଓଡିଶାରେ ବହୁତ ପିଲାଙ୍କ ନାମ ଜାତୀୟ ଖାଦ୍ୟ ସୁରକ୍ଷା (ଏନ୍‌ଏଫ୍‌ଏସ୍‌ଏ) ଅବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ଅନ୍ତର୍ଭୁକ୍ତ ହୋଇନଥିଲେ ମଧ୍ୟ ସେମାନେ ବିଜୁ ସ୍ୱାସ୍ଥ୍ୟ କାର୍ଡର ସୁବିଧା ପାଇପାରିବେ ବୋଲି ବିଜ୍ଞପ୍ତି ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ।

ଓଡିଶାରେ ବହୁତ ପିଲାଙ୍କ ନାମ ଜାତୀୟ ଖାଦ୍ୟ ସୁରକ୍ଷା (ଏନ୍‌ଏଫ୍‌ଏସ୍‌ଏ) ଅବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ଅନ୍ତର୍ଭୁକ୍ତ ହୋଇନଥିଲେ ମଧ୍ୟ ସେମାନେ ବିଜୁ ସ୍ୱାସ୍ଥ୍ୟ କାର୍ଡର ସୁବିଧା ପାଇପାରିବେ ବୋଲି ବିଜ୍ଞପ୍ତି ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ। ଯଦି କୌଣସି କାରଣରୁ ୫ରୁ ୧୮ ବର୍ଷ ମଧ୍ୟରେ ପିଲାଙ୍କ ନାମ ଜାତୀୟ ଖାଦ୍ୟ ସୁରକ୍ଷା (ଏନ୍‌ଏଫ୍‌ଏସ୍‌ଏ) ଅବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ଅନ୍ତର୍ଭୁକ୍ତ ହୋଇ ନାହିଁ ତେବେ ସେମାନଙ୍କୁ ବିଏସ୍‌କେୱାଇରେ ମାଗଣା ସ୍ୱାସ୍ଥ୍ୟ ସେବା ମିଳିପାରିବ ।

ସୂଚନାନୁସାରେ, ପିଲାଙ୍କ ନାମ ରାସନ କାର୍ଡରେ ପଞ୍ଜିକୃତ ହୋଇନଥିବାରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ମିଳିପାରୁନଥିଲା । ଏଭଳି ସମସ୍ୟା ଦେଖାଦେଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲା ।ଯେଉଁମାନଙ୍କ ନାଁ ଏନଏଫଏସଏ ବା ଏଫଏସଏସ ଡାଟା ବେସରେ ମଧ୍ୟ ନାଁ ନାହିଁ ସେମାନଙ୍କ ଚିକିତ୍ସା ମଧ୍ୟ ସୁରୁଖୁରରେ ହୋଇପାରିବ । ଉପଯୁକ୍ତ ତଥ୍ୟ ପ୍ରଦାନ କରି ନିଜ ପିଲାଙ୍କ ନାମ ସାମିଲ କରିପାରିବେ ଅଭିଭାବକ । ଏନେଇ ବିଏସକେଓ୍ବାଇ ସହ ଜଡ଼ିତ ହୋଇଥିବା ସବୁ ମେଡିକାଲକୁ ଚିଠି ଲେଖି ଅବଗତ କରାଇଛନ୍ତି ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.