Loading...

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ

ଆଜି  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ। ଟଲ୍‌ମ୍ୟାନଙ୍କୁ ମନେପକାଉଛି ସାରା ଓଡ଼ିଶା । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ।

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ। ଟଲ୍‌ମ୍ୟାନଙ୍କୁ ମନେପକାଉଛି ସାରା ଓଡ଼ିଶା । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ।ଚଳିତବର୍ଷ ନିରାଡମ୍ବର ଭାବେ ବିଜୁ ଜୟନ୍ତୀ ପାଳନ କରାଯାଉଛି । ବାଲ୍ୟ ଜୀବନରୁ ଥିଲେ ସାହସୀ ଓ ଦେଶପ୍ରେମୀ । ବିଜୁ ପଟ୍ଟନାୟକ ହେଉଛନ୍ତି ଓଡ଼ିଶା ସଫଳ ବିକାଶ ଯାତ୍ରାର ମହାନାୟକ । ତାଙ୍କ ଆଦର୍ଶକୁ ଆଧାର କରି ବିଜେଡି ରାଜ୍ୟର ବିକାଶ ଯାତ୍ରା ଜାରି ରଖିଛି । ୫ଟି ଓ ମୋ ସରକାର ଭଳି ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର ।

ପୁରୀ ବେଳାଭୂମିରେ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିକୁ ବାଲୁକାରେ ପ୍ରଦର୍ଶିତ କରାଯାଇଛି । ଆଜିର ଦିନରେ ବିଭିନ ସଂଗଠନ , ବୁଦ୍ଧିଜୀବୀ ପକ୍ଷରୁ କଳିଙ୍ଗ ପୁତ୍ର ବିଜୁ ପଟ୍ଟନାୟକ ଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ତାଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଥାଏ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.