CULTURES

ଆଜି ପବିତ୍ର ବିଶ୍ୱକର୍ମା ପୂଜା,ସାରା ରାଜ୍ୟ ଉତ୍ସବମୁଖର

ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା । ଶିଳ୍ପ ଓ କାରଖାନା ଜଗତର ମୁଖ୍ୟ ବିନ୍ଧାଣି ତଥା ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ । ପୂରା ଦେଶରେ ବେଶ ଉତ୍ସବର ସହ ପାଳନ ହେଉଛି ବିଶ୍ୱକର୍ମା ପୂଜା। ଭଗବାନ ବିଶ୍ୱକର୍ମାଙ୍କ ପୂଜାକୁ ନେଇ ସାରା ରାଜ୍ୟ ଉତ୍ସବମୁଖର ହୋଇଉଠିଛି । ଭୁବନେଶ୍ୱର, ପାରାଦୀପ, ରାଉରକେଲା ଓ ଅନୁଗୁଳ ସମେତ ରାଜ୍ୟର ବିଭିନ୍ନ ସହରରେ ବିଶ୍ୱକର୍ମାଙ୍କ ପୂଜା ଆରମ୍ଭ ହୋଇଯାଇଛି।

ଶିଳ୍ପ ଜଗତ ପାଇଁ ବିଶ୍ୱକର୍ମାଙ୍କ ଦାନ ଅତୁଳନୀୟ । ତେଣୁ ଭଗବାନ ବିଶ୍ୱକର୍ମାଙ୍କୁ ଶିଳ୍ପକଳାର ଜନକ ବୋଲି କୁହାଯାଏ । ସମସ୍ତ ବିଶ୍ୱର ସଂରଚନା ବିଶ୍ୱକର୍ମାଙ୍କ ହାତରେ ହୋଇଥିଲା। ପୁରାଣ ମତେ ସେ ହେଉଛନ୍ତି ଅଷ୍ଟମ ବସୁ ପ୍ରଭାସ ଓ ଯୋଗସିଦ୍ଧାଙ୍କ ସନ୍ତାନ

biswakarma ବିଶ୍ୱକର୍ମା ଆଜି ପବିତ୍ର ବିଶ୍ୱକର୍ମା ପୂଜା,ସାରା ରାଜ୍ୟ ଉତ୍ସବମୁଖର biswakarma

ହିନ୍ଦୁ ଧର୍ମ ଅନୁଯାୟୀ, ପୂରା ବିଶ୍ୱ ହେଉଛି ଭଗବାନ ବିଶ୍ୱକର୍ମାଙ୍କ ମାନସ ସନ୍ତାନ । ତାଙ୍କରି ହାତରେ ପୂରା ବ୍ରହ୍ମାଣ୍ଡର ନିର୍ମାଣ ହୋଇଛି । କେବଳ ଏତିକି ନୁହେଁ ଲଙ୍କାପତି ରାବଣ ବିଶ୍ୱକର୍ମାଙ୍କୁ ସନ୍ତୁଷ୍ଟ କରି ସୁନାର ଲଙ୍କା ତାଙ୍କ ହାତରେ ନିର୍ମାଣ କରାଇଥିଲେ । ଏହାଛଡା ପୁଷ୍ପକ ବିମାନ, ଇନ୍ଦ୍ରଙ୍କ ବଜ୍ର, ଭଗବାନ ଶିବଙ୍କ ପାଇଁ ତ୍ରିଶୁଳ ଓ ପାଣ୍ଡବଙ୍କ ରହିବା ପାଇଁ ଇନ୍ଦ୍ରପ୍ରସ୍ଥ ନଗର ବିଶ୍ୱକର୍ମାଙ୍କ ଆର୍ଶୀବାଦରୁ ସୃଷ୍ଟି । ଏସବୁ ବାଦ୍ ଭଗବାନ ଶ୍ରୀକୃଷ୍ଣଙ୍କ ପାଇଁ ଦ୍ୱାରିକା ନଗରୀର ସ୍ଥାପନା କରିଥିଲେ ବିଶ୍ୱକର୍ମା । ଆଦିକାଳରୁ ବିଶ୍ୱକର୍ମା ନିଜ ବିଶିଷ୍ଠ ଜ୍ଞାନ ଓ ବିଜ୍ଞାନ କାରଣରୁ ମଣିଷ ସମାଜ ତଥା ଦେବତାଗଣଙ୍କ ଦ୍ୱାରା ପୂଜିତ ହୋଇ ଆସୁଛନ୍ତି ।ସେଥିପାଇଁ ଏହି ଦିନ ଯନ୍ତ୍ରପାତି ବ୍ୟବହାର ଓ କଳକାରାଖାନା ଆଦି ସ୍ଥାନରେ ବିଶ୍ୱକର୍ମାଙ୍କୁ ପୂଜା କରାଯାଏ।

ପଢନ୍ତୁ;ପୂର୍ବତନ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

Related posts

ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା ! ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ବ୍ରତ ପାଳିବେ ବିବାହିତା ନାରୀ

Krishna Kumar Manoj

ଆଜି ଦୋଳ ପୂର୍ଣ୍ଣିମା ,ସୁନାବେଶ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼

Krishna Kumar Manoj

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା,ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧା ବିଗ୍ରହ

Krishna Kumar Manoj

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More