Loading...

କଳାଜାଇ ଦିଏ ମଣିଷର ସ୍ୱଭାବ ଓ ଗୁଣ ବିଷୟରେ ସୂଚନା, ଜାଣନ୍ତୁ କିପରି

କଳାଜାଇ ଦିଏ ମଣିଷର ସ୍ୱଭାବ ଓ ଗୁଣ ବିଷୟରେ ସୂଚନା, ଜାଣନ୍ତୁ କିପରି

ଯଦି କୌଣସି ବ୍ୟକ୍ତିଙ୍କର ମଥାରେ କଳାଜାଇ ଅଛି, ତା’ହେଲେ ସେ ବୁଦ୍ଧିମାନ୍‌। ସେ କୌଣସି କଥାକୁ ବିନା ତର୍କରେ ଗ୍ରହଣ କରନ୍ତି ନାହିଁ। ତା’ ସହିତ ଏପରି ବ୍ୟକ୍ତିଙ୍କ ପାଖରେ କେବେ ଧନର ଅଭାବ ରହେ ନାହିଁ।

ସମସ୍ତଙ୍କ ଶରୀରରେ କୌଣସି ନା କୌଣସି ସ୍ଥାନରେ କଳାଜାଇ ଥାଏ। କୁହାଯାଏ, କଳାଜାଇ ମଣିଷର ସ୍ୱଭାବ ଓ ଗୁଣ ବିଷୟରେ ସୂଚନା ଦେବା ସହିତ ଭବିଷ୍ୟତ ସଂପର୍କରେ ମଧ୍ୟ କହିଥାଏ। ତା’ହେଲେ ଆସନ୍ତୁ ଆଜି ଏ ବିଷୟରେ ଜାଣିବା। 

୧) ସମୁଦ୍ରଶାସ୍ତ୍ରରେ ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କର ମଥାରେ କଳାଜାଇ ଅଛି, ତା’ହେଲେ ସେ ବୁଦ୍ଧିମାନ୍‌। ସେ କୌଣସି କଥାକୁ ବିନା ତର୍କରେ ଗ୍ରହଣ କରନ୍ତି ନାହିଁ। ତା’ ସହିତ ଏପରି ବ୍ୟକ୍ତିଙ୍କ ପାଖରେ କେବେ ଧନର ଅଭାବ ରହେ ନାହିଁ।

୨)  ଯେଉଁ ବ୍ୟକ୍ତିଙ୍କର ପାଦ ତଳେ କଳାଜାଇ ଥାଏ, ସେ ଜୀବନରେ ଭ୍ରମଣ କରିବା ପାଇଁ ଅନେକ ସୁଯୋଗ ପାଇଥା’ନ୍ତି।

୩) ଯାହାର ପେଟ ଉପରେ କଳାଜାଇ ଥାଏ, ତାଙ୍କୁ ଜୀବନସାରା ସ୍ୱାଦିଷ୍ଟ ଖାଦ୍ୟ ଖାଇବାକୁ ମିଳିଥାଏ।

୪)  ସମୁଦ୍ର ଶାସ୍ତ୍ର ଅନୁସାରେ ଅନାମିକା ଆଙ୍ଗୁଳିରେ ସୂର୍ଯ୍ୟ ଓ ପର୍ବତ ଥାଆନ୍ତି। ଯଦି କୌଣସି ବ୍ୟକ୍ତିଙ୍କର ଏହି ଆଙ୍ଗୁଳିରେ କଳାଜାଇ ଥାଏ, ତା’ହେଲେ ସେ ବହୁତ ରାଗୀ ସ୍ଵଭାବର ହୋଇଥା’ନ୍ତି।

୫) ଅନାମିକା ଆଙ୍ଗୁଳିର ଠିକ୍‌ ତଳେ କଳାଜାଇ ଥିବା ବ୍ୟକ୍ତିଙ୍କର ଦୃଷ୍ଟିଶକ୍ତି ଧୀରେ ଧୀରେ ଦୁର୍ବଳ ହୋଇଯାଏ। ତେଣୁ ଯେଉଁମାନଙ୍କର ଅନାମିକା ଆଙ୍ଗୁଳିର ଠିକ୍ ତଳେ କଳାଜାଇ ଅଛି, ସେମାନେ ସତର୍କ ରହିବା ଉଚିତ୍।

୬)  ଶରୀରରେ କେବଳ କଳା ରଙ୍ଗର କଳାଜାଇ ନଥାଏ। ଅନେକ ବ୍ୟକ୍ତିଙ୍କ ଶରୀରର ଲାଲ୍‌ ରଙ୍ଗର କଳାଜାଇ ମଧ୍ୟ ଦେଖିବାକୁ ମିଳିଥାଏ। ଶରୀରର ଲାଲ୍‌ ରଙ୍ଗର କଳାଜାଇ ଥିଲେ ହାଡ଼ଜନିତ ସମସ୍ୟା ଦେଖା ଦେଇଥାଏ।

ପଢନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ସଙ୍କେତ, ଜାଣନ୍ତୁ କିପରି

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.