୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ବିସ୍ଫୋରଣଟି ସ୍ଥାନୀୟ ସମୟ ଅପରାହ୍ଣ ୧ ଟା ୪୦ ମିନିଟ ବା ଭାରତୀୟ ସମୟ ୨ଟା ୧୦ ମିନିଟ ସମୟରେ ହୋଇଥିଲା । ବିସ୍ଫୋରଣ ବେଳେ ଲୋକମାନେ ମସଜିଦରେ ପ୍ରାର୍ଥନା କରୁଥିଲେ । କୋଠାର ଏକ ଅଂଶ ଭୁସୁଡ଼ିପଡ଼ିବାରୁ କିଛି ଲୋକ ତାହା ତଳେ ରହିଯାଇଥିଲେ ।
ପାକିସ୍ତାନର ପେଶାଓ୍ବରର ଏକ ସୁରକ୍ଷିତ ଅଂଚଳ ଭାବେ ପରିଚିତ ପୁଲିସ ଲାଇନ୍ସ ଅଂଚଳରେ ଥିବା ଏକ ମସଜିଦରେ ଏକ ଶକ୍ତିଶାଳୀ ବୋମା ବିସ୍ଫୋରଣ ହୋଇଛି । ଏଥିରେ ୧୭ ଜଣ ଲୋକ ମୃତ୍ୟୁବରଣ କରିଥିବାବେଳେ ୮୩ ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଲେଡି ରେଡିଂ ହସପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବଢିବାର ଆଶଙ୍କା ରହିଛି ହସପିଟାଲର ମୁଖପାତ୍ର ମହମ୍ମଦ ଆସିମ କହିଛନ୍ତି ।
ପାକିସ୍ତାନୀ ଖବରକାଗଜ ‘ଦି ଡନ’ର ରିପୋର୍ଟ ଅନୁସାରେ ବିସ୍ଫୋରଣଟି ସ୍ଥାନୀୟ ସମୟ ଅପରାହ୍ଣ ୧ ଟା ୪୦ ମିନିଟ ବା ଭାରତୀୟ ସମୟ ୨ଟା ୧୦ ମିନିଟ ସମୟରେ ହୋଇଥିଲା । ବିସ୍ଫୋରଣ ବେଳେ ଲୋକମାନେ ମସଜିଦରେ ପ୍ରାର୍ଥନା କରୁଥିଲେ । କୋଠାର ଏକ ଅଂଶ ଭୁସୁଡ଼ିପଡ଼ିବାରୁ କିଛି ଲୋକ ତାହା ତଳେ ରହିଯାଇଥିଲେ । ଘଟଣା ସଂପର୍କରେ ଖବର ମିଳିବା ପରେ ସେଠାରେ ପୁଲିସ, ସେନା ଓ ଗୁଇନ୍ଦା ବିଭାଗର ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଉକ୍ତ ଅଂଚଳକୁ ପୁଲିସ ପକ୍ଷରୁ ନିଜ ନିୟନ୍ତ୍ରଣକୁ ନିଆଯାଇଛି ।
ବର୍ତ୍ତମାନସୁଦ୍ଧା ଏହି ଆକ୍ରମଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରିନାହାନ୍ତି । ଏହି ବିସ୍ପୋରଣ ପାଇଁ ଆଗରୁ ମସଜିଦରେ ବୋମା ଖଞ୍ଜା ଯାଇଥିଲା କିମ୍ବା ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା ସେ ସଂପର୍କରେ ଜଣାପଡ଼ିନାହିଁ ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।