Loading...

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଓଡିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ନିଙ୍ଗ ଜରିକରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ବଜ୍ରପାତଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୋ, କେନ୍ଦୁଝର, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.