Loading...

ଚଳିତ ଶିକ୍ଷାବର୍ଷରେ ରାଜ୍ୟର ୧୦୬ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଚଳିତ ଶିକ୍ଷାବର୍ଷରେ ରାଜ୍ୟର ୧୦୬ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବା ପାଇଁ ପଦକ୍ଷେପ ନିଆଯାଇଛି ।

୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବା ପାଇଁ ପଦକ୍ଷେପ ନିଆଯାଇଛି । ଏଥିମଧ୍ୟରୁ ୧୦୦ ଗୋଟି ବିଦ୍ୟାଳୟରେ କଳା ଓ ୬ ଗୋଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବ। ଏହି ବିଦ୍ୟାଳୟଗୁଡ଼ିକରେ ଦୁଇ ଗୋଟି ଲେଖାଏଁ ସେକ୍ସନ ଖୋଲିବା ପାଇଁ ସ୍ଥିର ହୋଇଛି । ପ୍ରତ୍ୟେକ ସେକ୍ସନରେ ୬୪ ଜଣ ଲେଖାଏଁ ମୋଟ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବେ । ଏହାଦ୍ଵାରା ରାଜ୍ୟରେ ୧୦୬ ଗୋଟି ସରକାରୀ ବିଦ୍ୟାଳୟରେ ମୋଟ ୧୩୪୬୮ ସିଟ ନାମ ଲେଖାପାଇଁ ବୃଦ୍ଧି ପାଇବ । ସମ୍ପ୍ରତି ପ୍ରଧାନଶିକ୍ଷକମାନେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ରାଜ୍ୟସ୍ତରରେ ତାଲିମ ଦିଆଯାଇଛି । ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥୁ ଶିକ୍ଷକ ନିଯୋଜନ ପ୍ରକ୍ରିୟା ବିଦ୍ୟାଳୟ ସ୍ତରରେ ଚାଲୁ ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.