ଭିଡିଓ କନଫରେନ୍‌ସିଂ ଜରିଆରେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

nabin

ଆଜି ସଚିବାଳୟରେ ଭିଡିଓ କନଫରେନ୍ସିଂ ଜରିଆରେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପରେ ଆଜି ୪୧ଟି ପଏଂଟ ଉଦଘାଟିତ ହୋଇଛି ଓ ଏହାଦ୍ୱାରା ୫୦ ହଜାର ହେକ୍ଟରରୁ ଅଧିକ ଜମିରେ ଜଳସେଚନର ସୁବିଧା ମିଳିପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ କୃଷିର ବିକାଶରେ ଜଳସେଚନର ଭୂମିକା ଗୁରୁତ୍ୱପୂର୍ଣ୍ଣ। ୨୦୧୯ ସୁଦ୍ଧା ଅଧିକ ୧୦ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ସେ ପ୍ରତିଶୃତି ଦେଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୭ ଲକ୍ଷ ହେକ୍ଟରରୁ ଅଧିକ ଜମିରେ ଜଳଯୋଗାଣର ସୁବିଧା କରାଯାଇ ପାରିଛି। ବହୁତ ଶୀଘ୍ର ଆଉ ତିନି ଲକ୍ଷ ହେକ୍ଟରରୁ ଅଧିକ ଜମିରେ ଜଳସେଚନର ସୁବିଧା କରାଯିବ ବୋଲି ସେ କହିଛନ୍ତି।

nabin

ସୂଚନାଯୋଗ୍ୟ, ପାର୍ବତୀଗିରି ଲିଫ୍ଟ ଜଳସେଚନ ପ୍ରକଳ୍ପ ଜରିଆରେ ରାଜ୍ୟର ୨୩ଟି ଜିଲ୍ଲାରେ ୧୯୯ଟି ଯୋଜନା ଅଧୀନରେ ୨ଲକ୍ଷ ୮୬ ହଜାର ହେକ୍ଟରରୁ ଅଧିକ ଜମିରେ ଜଳସେଚନ ସୁବିଧା ପାଇଁ ଲକ୍ଷ୍ୟ ରଖାଯାଇଛି । ଆଜି ଉଦଘାଟନ ହୋଇଥିବା ୪୧ଟି ମେଗା ଲିଫ୍ଟ ପ୍ରକଳ୍ପ ଦ୍ୱାରା ୯ଟି ଜିଲ୍ଲାରେ ୫୦,୦୨୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିଛି । ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ସୁବର୍ଣ୍ଣପୁର । ୨୦୧୯ ମାର୍ଚ୍ଚ ସୁଦ୍ଧା ଏହି ମେଗା ଲିଫ୍ଟ କାର୍ଯ୍ୟକ୍ରମ ଅଧୀନରେ ଆହୁରି ୮୦ଟି ପ୍ରକଳ୍ପ ଜରିଆରେ ୧ଲକ୍ଷ ହେକ୍ଟର ଜମିରେ ଜଳସେଚନର ସୁବିଧା ଦିଆଯିବ।

ପଢନ୍ତୁ;ୟୁଏସ ଓପନ:ସେରେନା-ଓସାକା ଫାଇନାଲ ମୁକାବିଲା

Related posts

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More