News

ନୂଆପଡାରେ ୨୪୦ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

naveen-cm

ଆଜି ନୂଆପଡା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୨୪୦ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି। ୩୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କାଳିଆ ଯୋଜନାରେ ୩୦ ଲକ୍ଷରୁ ଅଧିକ ଚାଷୀ ସହାୟତା ପାଇଲେଣି ।

ନବ ନିର୍ମିତ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସାଇପଲା-ନୂଆପଡା ବିଜୁ ଏକ୍ସପ୍ରେସ ୱେ ଏବଂ ରାଜ୍ୟ ରାଜପଥ -୩ ଜୁନାନି ରାସ୍ତା ଉଦଘାଟିତ ହୋଇଛି । ବୋଡେନ, ନୂଆପଡା ଏବଂ କୋମନା ବ୍ଳକର ୬ଟି ସଡ଼କ ପ୍ରକଳ୍ପ, ନୂଆପଡା, ବୋଡେନ ଏବଂ ଖରିଆର ବ୍ଳକର ୫ଟି ହାଇଲୋଭେଲ ସେତୁ ପ୍ରକଳ୍ପର ଭିର୍ତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ସେହିପରି ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଓ କାଳିଆ ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋତମା ଫିଲ୍ଡ ନିକଟରେ ଏକ ସଭାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀ ଭାଇଙ୍କ ଯୋଜନା । କାଳିଆ ଯୋଜନାରେ ୩୦ ଲକ୍ଷରୁ ଅଧିକ ଚାଷୀ ସହାୟତା ପାଇଲେଣି । ଚାଷୀଙ୍କୁ ବିନା ସୁଧରେ ଋଣ ଦିଆଯାଉଛି । କାଳିଆ ଯୋଜନା ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ପଢନ୍ତୁ; ମୋଟାପଣରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି? ତେବେ ସକାଳେ ପିଅନ୍ତୁ ଏହି ପତ୍ର ରସ

Related posts

ସରିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ,୬ରୁ ଖାତା ଦେଖା

ENO Beuro

କେନ୍ଦ୍ରମନ୍ତ୍ରୀ ଅନନ୍ତ କୁମାରଙ୍କ ପରଲୋକ

ENO Beuro

ପୁରୀ-ଭୁବନେଶ୍ୱର ମଧ୍ୟରେ ବସ୍ ଚଳାଚଳ ବନ୍ଦ

ENO Beuro

1 comment

Leave a Comment