News

ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ !

By ENO Beuro

May 24, 2018

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଜନସଂଖ୍ୟା ବୃଦ୍ଧି ପାଇଛି। ତେଣୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା(ଏନ୍‌ଏଫ୍‌ଏସ୍‌ଏ)ର ହିତାଧିକାରୀ ସଂଖ୍ୟା ବୃଦ୍ଧି କରିବାର ଆବଶ୍ୟକତା ରହିଛି।ଓଡ଼ିଶା ପାଇଁ ଅତିରିକ୍ତ ୩୪.୪୪ ଲକ୍ଷ ହିତାଧିକାରୀ ଅନୁମୋଦନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଦାବି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଏକ ଚିଠି ଲେଖି ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୨୦୧୧ ଜନଗଣନା ଅନୁଯାୟୀ ଓଡ଼ିଶାରେ ଲୋକସଂଖ୍ୟା ୪,୧୯,୭୪, ୨୧୮ ଥିବା ବେଳେ ୩ କୋଟି ୨୬ଲକ୍ଷ ୪୧ ହଜାର ୮୦୦ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ଅନ୍ତୁର୍ଭୁକ୍ତ କରାଯାଇଛି । ଅର୍ଥାତ ଜନସଂଖ୍ୟାର ୭୮ ପ୍ରତିଶତ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ କରାଯାଇଛି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ କୁ ରାଜ୍ୟ ସରକାର ସଫଳତାର ସହିତ କାର୍ଯ୍ୟକାରୀ କରିଛନ୍ତି ।

୨୦୧୧ ତୁଳନାରେ ୨୦୧୮ରେ ୧୦.୨୨ ପ୍ରତିଶତ ଜନସଂଖ୍ୟା ବଢିଛି । ଅତିରିକ୍ତ ୩୪.୪୪ ଲକ୍ଷ ହିତାଧିକାରୀଙ୍କୁ ସୁବିଧା ମିଳୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ  ଚିଠିରେ ଦାବି କରିଛନ୍ତି । ଯାହାଫଳରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରାଯାଇପାରିବ। ଏତଦ୍‌ବ୍ୟତୀତ ଜନସଂଖ୍ୟା ବୃଦ୍ଧି ଆଧାରରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପାଇଁ ଏକ ବ୍ୟବସ୍ଥା କରାଯିବା ଦରକାର । ଫଳରେ ନିୟମିତ ବ୍ୟବଧାନରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପାଇପାରିବ ବୋଲି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ।

ପଢନ୍ତୁ ;

ପ୍ରଧାନମନ୍ତ୍ରୀ ଗସ୍ତ ପାଇଁ କମିଶନରେଟ୍ ପୁଲିସର ପ୍ରସ୍ତୁତି , ଜଗିବେ ୯୦ ପ୍ଲାଟୁନ୍‌ ଫୋର୍ସ !