Loading...

ବଢୁଛି ଶୀତ... ଆହୁରି ଦୁଇଦିନ ପାଇଁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ବଢୁଛି ଶୀତ... ଆହୁରି ଦୁଇଦିନ ପାଇଁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଓଡ଼ିଶା ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କବାୟୁ ପ୍ରବେଶ କରୁଛି।

ଓଡ଼ିଶା ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କବାୟୁ ପ୍ରବେଶ କରୁଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲା‌ରେ ରାତି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଜାରି ରହିବ ଓ ପ୍ରବଳ ଶୀତ ଅନୁଭୂତ ହେବ। ଏହାର ପରବର୍ତ୍ତୀ ୨ ଦିନରେ ପାରଦ ୨ରୁ ୩ ଡିଗ୍ରି ଯାଏ ବୃଦ୍ଧି ଘଟିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।  

 

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ବାୟୁମଣ୍ଡଳର ତଳଭାଗରେ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଓଡିଶାକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ଆଗାମୀ ତିନିଦିନ ଯାଏ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରି ଅନୁଭୂତ ହେବାର ଆଶଙ୍କା ରହିଛି ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.