Loading...

୫୮ ବର୍ଷ ବୟସରେ ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ପରଲୋକ

୫୮ ବର୍ଷ ବୟସରେ ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ପରଲୋକ

କମେଡି କିଙ୍ଗ ରାଜୁ ଶ୍ରୀବାସ୍ତବ ଆଉ ନାହାନ୍ତି । ଯିଏ ପେଣ୍ଡାଲ୍ ଉପରକୁ ଚଢ଼ିଗଲେ ଦର୍ଶକଙ୍କ ମଧ୍ୟରେ ହସର ଢେଉ ଖେଳିଯାଏ, ତାଙ୍କୁ ଆଉ ମଞ୍ଚରେ ଦେଖିବାକୁ ମିଳିବ ନାହିଁ।

କମେଡି କିଙ୍ଗ ରାଜୁ ଶ୍ରୀବାସ୍ତବ ଆଉ ନାହାନ୍ତି । ଯିଏ ପେଣ୍ଡାଲ୍ ଉପରକୁ ଚଢ଼ିଗଲେ ଦର୍ଶକଙ୍କ ମଧ୍ୟରେ ହସର ଢେଉ ଖେଳିଯାଏ, ତାଙ୍କୁ ଆଉ ମଞ୍ଚରେ ଦେଖିବାକୁ ମିଳିବ ନାହିଁ। ୫୮ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଯାଇଛି। ମାସାଧିକ କାଳ ଚିକିତ୍ସାଧୀନ ଅବସ୍ଥାରେ ରହିବା ପରେ ତାଙ୍କର ପରଲୋକ ଘଟିଛି। ଆଜି ସକାଳେ ହାସ୍ୟଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ମୃତ୍ୟୁ ହୋଇଯାଇଥିବା କଥା ତାଙ୍କ ପରିବାର ଲୋକେ ସୁନିଶ୍ଚିତ କରିଥିବା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ପ୍ରକାଶ କରିଛି। ସୂଚନାଯୋଗ୍ୟ, ଜିମ୍‌ରେ କସରତ କରୁଥିବା ବେଳେ ଛାତିରେ କଷ୍ଟ ହେବାରୁ ତଳେ ପଡ଼ିଯାଇଥିବା ରାଜୁଙ୍କୁ ଅଗଷ୍ଟ ୧୦ ତାରିଖ ଦିନ ଦିଲ୍ଲୀ ‘ଏମ୍‌ସ୍‌’ରେ ଭର୍ତ୍ତି କରାଯାଇଥିଲା।ସେ ହୃଦ୍‌ଘାତରେ ଶିକାର ହୋଇଥିବା କଥା ଜଣାପଡ଼ିବା ପରେ ତାଙ୍କୁ ୧୫ ଦିନ ଧରି ‘ଭେଣ୍ଟିଲେଟର୍‌ ସପୋର୍ଟ’ରେ ରଖାଯାଇଥିଲା। ଏହା ପରେ ତାଙ୍କର ଚେତା ଫେରିଥିଲା। କିନ୍ତୁ, ସେପ୍ଟେମ୍ବର ପହିଲାରେ ଜ୍ବର ହେବାରୁ ପୁଣି ତାଙ୍କୁ ‘ଭେଣ୍ଟିଲେଟର୍‌ ସପୋର୍ଟ’ରେ ରଖାଯାଇଥିଲା। ରାଜୁ ଶ୍ରୀବାସ୍ତବଙ୍କ ମୁଖ୍ୟ ପରାମର୍ଶଦାତା ଅଜିତ ସାକ୍‌ସେନା କହିଛନ୍ତି ଯେ, ଡାକ୍ତରମାନଙ୍କ ସକଳ ଚେଷ୍ଟା ସତ୍ତ୍ବେ ହାସ୍ୟାଭିନେତାଙ୍କୁ ବଞ୍ଚାଇ ହେଲାନାହିଁ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.