ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଛନ୍ତି ରାଜ୍ୟ ସରକାର । କରୋନା ମୁକାବିଲା ପାଇଁ ୨୦୦ କୋଟି ଟଙ୍କା ବ୍ୟୟବରାଦ ଯୋଜନାକୁ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଗୃହୀତ ନିଷ୍ପତ୍ତି ଅନୁଯାୟୀ କରୋନା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି ।
ସେହିପରି କରୋନାର କୌଣସି ଉପଚାର ଓ ଔଷଧ ନଥିବାରୁ କେବଳ ସଚେତନତା ହିଁ ଆମକୁ ରକ୍ଷା କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିଭଳି ବାହାରେ ପାନ ଖାଇ ଛେପ ନ ପକାଇବାକୁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି କରୋନାର ମୁକାବିଲା ପାଇଁ ଲୋକଙ୍କୁ ସଚେତନ କରାଯିବ ବୋଲି କହିଛନ୍ତି ନବୀନ । ଏହି ରୋଗ ବ୍ୟାପିଵାର ଯଥେଷ୍ଟ ସମ୍ଭାବନା ଥିବାରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସଚିବସ୍ତରୀୟ ଟିମ ଏହାକୁ ନିରୀକ୍ଷଣ କରିଵ ବୋଲି ଆଜି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି |