Loading...

ଆଜି ସରିବ ଗୋପାଳର ରିମାଣ୍ଡ ଅବଧି, ପତ୍ନୀ ଓ ପୁତୁରାଙ୍କୁ ପଚରାଉଚରା କରୁଛି ଟିମ

ଆଜି ସରିବ ଗୋପାଳର ରିମାଣ୍ଡ ଅବଧି, ପତ୍ନୀ ଓ ପୁତୁରାଙ୍କୁ ପଚରାଉଚରା କରୁଛି ଟିମ

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା  ଆଙ୍କୁଲି ଶିଳ୍ପାଂଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି।

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା  ଆଙ୍କୁଲି ଶିଳ୍ପାଂଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି। କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ।ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏହି ରିମାଣ୍ଡ ଅବଧି ଆଜି ସରିବ। କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ । କ୍ରାଇମବ୍ରାଞ୍ଚ ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି। ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ । ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ । ଗୋପାଳଙ୍କ ଲିଙ୍କରେ ଯେଉଁମାନେ ରହିଛନ୍ତି ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.