EnewsOdia.Com

ମାଡ଼ି ଆସୁଛି ବାତ୍ୟା ‘ମହା’

ପୁଣି ଆସୁଛି ଆଉ ଏକ ବାତ୍ୟା। ଆରବ ସାଗରରେ ସୃଷ୍ଟ ଏହି ସାଇକ୍ଲୋନିକ ଷ୍ଟର୍ମ (ଘୂର୍ଣ୍ଣି ଝଡ଼) ଏବେ କବରଟ୍ଟୀ(ଲାକ୍ଷାଦ୍ୱୀପ)ର ଉତ୍ତର- ଉତ୍ତର ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଏହାର ନାଁ ‘ମହା’ ରଖାଯାଇଛି।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଧୀରେ ଧୀରେ ଏହା ଲାକ୍ଷାଦ୍ୱୀପ ଦ୍ୱୀପ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ଆସନ୍ତା ୬ ଘଣ୍ଟା ମଧ୍ୟରେ ‘ମହା’ ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ପାଣିପାଗ ବିଭାଗ କହିଛି।

View image on Twitter

ନଭେମ୍ବର ୨ ସୁଦ୍ଧା ‘ମହା’ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ଆଶଙ୍କା କରାଯାଉଛି। ଏହାର ପ୍ରଭାବରେ କେରଳ, ଲାକ୍ଷାଦ୍ୱୀପ, କର୍ଣ୍ଣାଟକ ଉପକୂଳ, ଦକ୍ଷିଣ ତାମିଲନାଡୁରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଜୋରରେ ପବନ ମଧ୍ୟ ବହିପାରେ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ପଢନ୍ତୁ: ପାକିସ୍ତାନର ତେଜ୍‌ଗାମ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ ଲାଗି ୧୬ ଯାତ୍ରୀ ମୃତ, ୧୩ ଆହତ

ସମ୍ବନ୍ଧିତ ଖବର

ମୋଦି ଲେଖିଲେ କବିତା, ହେ ସା‌ଗର!!! ତୁମ୍‌ହେ ମେରା ପ୍ରଣାମ!

Ratnamani Maharana

୨୦୨୧ ମସିହା ବେଳକୁ ଓଡ଼ିଶା ହେବ ଦେଶର ସବୁଠୁ ଉତ୍ତପ୍ତ ରାଜ୍ୟ

Ratnamani Maharana

ପାଇଖାନା ଘର ସହ ବରପାତ୍ର ସେଲ୍ଫି ଦେଲେ କନ୍ୟାକୁ ମିଳିବ ୫୧ ହଜାର

Ratnamani Maharana

ଏବେ ଦକ୍ଷୀଣ କୋରିଆରେ କାୟା ମେଲାଉଛି କରୋନା

Ratnamani Maharana

ଲେଫ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାନେ ହେବେ ଦେଶର ପରବର୍ତ୍ତୀ ସେନା ମୁଖ୍ୟ

Ratnamani Maharana

କୋଣାର୍କକୁ ନେଇ ଆରମ୍ଭ ହେଲା ବିବାଦ

Ratnamani Maharana