Loading...

ଆହୁରି ଦୁଇଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା, ୯ ତାରିଖ ପରେ ବାତ୍ୟା ସମ୍ଭାବନା

ଆହୁରି ଦୁଇଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା, ୯ ତାରିଖ ପରେ ବାତ୍ୟା ସମ୍ଭାବନା

ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ବର୍ଷା ମଧ୍ୟ ହେଉଛି।ପାଣିପାଗ ବିଭାଗର ଆକଳନ ଅନୁସାରେ , ଆସନ୍ତା 6 ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୃର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ବର୍ଷା ମଧ୍ୟ ହେଉଛି। ଆଜି ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ମୟୂରଭଞ୍ଜ, କନ୍ଧମାଳ, କେନ୍ଦୁଝର ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନ‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ହେତୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପାଣିପାଗ ବିଭାଗର ଆକଳନ ଅନୁସାରେ , ଆସନ୍ତା 6 ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୃର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଏହା ଘନୀଭୂତ ହୋଇ ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ସମୟରେ ଏହା 9 ତାରିଖରେ ବାତ୍ୟାର ରୂପ ନେଇପାରେ। ଯଦି ଏହି ବାତ୍ୟା ହୁଏ ତେବେ ତାହାର ନାଁ 'ମୋଚା' ରଖାଯିବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.