News

‘ଫନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ସାମୁଦ୍ରିକ ଝଡ଼ ‘ଫନି’ ଓଡ଼ିଶା  ମୁହାଁ  ହେବା ସହ ବେଳକୁ ବେଳ ଭୟଙ୍କର ରୂପ ନେଉଛି। ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ୪୩୦ କିଲୋମିଟର ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୫ କିଲୋମିଟର ଦୂରରେ ଥିବା ଜଣାପଡ଼ିଛି।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ବର୍ଷା  ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ଅପରାହ୍ଣ ୫ଟାରେ ଏହା ପୁରୀ ପାଖାପାଖି କୌଣସି ଏକ ସ୍ଥାନରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ  ଆକଳନ କରିଛି। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୧୭୦ ରୁ ୧୮୦ କିଲୋମିଟର ରହିପାରେ। କେତେକ ସ୍ଥାନରେ ଘଣ୍ଟାପ୍ରତି ୨୦୦ କିମି ବେଗରେ ମଧ୍ୟ ପବନ ବହିପାରେ।

ତେବେ ‘ଫନି’ ପ୍ରଭାବରେ ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପଢନ୍ତୁ: ଗ୍ଲୋବାଲ ଟେରୋରିଷ୍ଟ ଘୋଷଣା ହେଲା ଜୈସ-ଏ-ମହମ୍ମଦ ମୁଖ୍ୟ ମାସୁଦ ଆଝାର

Related posts

ଚିଲିକାରେ ହେଲିକପ୍ଟର ଉଡ଼ାଣ ଘଟଣା:ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର ସିଜ୍

ENO Beuro

ପାକର ଏଫ – ୧୬ ବିମାନ ଖସାଇଛି ଭାରତ: ଭାରତୀୟ ବାୟୁସେନାର ଅକାଟ୍ୟ ପ୍ରମାଣ

Ratnamani Moharana

ଜେସିବିକୁ ଧକ୍କା ଦେଲା ଏର୍ଣ୍ଣାକୁଲମ-ହାଓ୍ବଡ଼ା ଏକ୍ସପ୍ରେସ୍ ଟ୍ରେନ୍‌

ENO Beuro

Leave a Comment