Loading...

ଶ୍ରୀମନ୍ଦିରରେ ଦେବ ଦୀପାବଳୀ, ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ ମହାପ୍ରଭୁ

ଶ୍ରୀମନ୍ଦିରରେ ଦେବ ଦୀପାବଳୀ, ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ ମହାପ୍ରଭୁ

ମାର୍ଗଶୀର କୃଷ୍ଣ ଚତୁର୍ଦଶୀ। ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଦେବ ଦୀପାବଳୀ। ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି ।

ମାର୍ଗଶୀର କୃଷ୍ଣ ଚତୁର୍ଦଶୀ। ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଦେବ ଦୀପାବଳୀ। ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ, ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି। ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷଦୀପାବଳି ଉତ୍ସବ ଶ୍ରୀମନ୍ଦିରରେ ପାଳନ କରାଯାଏ । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ । ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି । ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ସାଧାବେଶରେ ସଜ୍ଜିତ କରାଯାଏ ।

କିନ୍ତୁ ପ୍ରତ୍ୟେକ ଠାକୁରଙ୍କ ଧଡ଼ି ଗୁଡିକ ଭିନ୍ନ ରଙ୍ଗର ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ସୂତାଶାଢ଼ି (ନାଗପୁରୀ ଶାଢ଼ି) ଲମ୍ବା ୧୬ ହାତ କିମ୍ବା ୧୮ ହାତ, ଧଡ଼ି ଓସାର ଏକ ଫୁଟ ଅଟେ । ଉକ୍ତ ବସ୍ତ୍ରରେ କୁମ୍ଭ ଥାଇ ଧଡ଼ିର ବର୍ଣ୍ଣ ହେଉଛି ନାଲି । ଶ୍ରୀବଳଭଦ୍ରଙ୍କ ବସ୍ତ୍ରର ଲମ୍ବା ୧୪ ହାତ , ଓସାର ୪ ହାତ ,ଧଡ଼ି ଓସାର ୧ ଫୁଟ ,ଉକ୍ତ ବସ୍ତ୍ରର ଧଡ଼ି ବର୍ଣ୍ଣ ହେଉଛି କଳା । ଶ୍ରୀସୁଭଦ୍ରାଙ୍କ ଶାଢ଼ିର ଲମ୍ବା ୧୨ ହାତ , ଓସାର ସାଢେ ୩ ଫୁଟ,ଧଡ଼ି ଓସାର ଏକ ଫୁଟ, ଉକ୍ତ ବସ୍ତ୍ର ଧଡ଼ି ବର୍ଣ୍ଣ ହେଉଛି ହଳଦିଆ ।

ଏତଦବ୍ୟତିତ ଶ୍ରୀବିଗ୍ରହମାନଙ୍କ କଳେବର ଗୋଟିଏ ଗୋଟିଏ ଚାଦରରେ ମଣ୍ଡନ ହୋଇଥାଏ । ଶିର ଦେଶରେ ଶ୍ରୀକାପଡା ବସ୍ତ୍ର (ସୂତା ବସ୍ତ୍ର)ରେ ଆବୃତ କରାଯାଏ । ଚାଦରିଟି ଶ୍ରୀଭୁଜରେ ପ୍ରସରି ଥାଏ । ଶ୍ରାଦ୍ଧବେଶରେ ବ୍ୟବହୃତ ହେଉଥିବା ବସ୍ତ୍ରକୁ କାଈ ଧଡ଼ିଆ (ନାଗପୁରୀ) ଲୁଗା କୁହାଯାଏ । ଶ୍ରାଦ୍ଧବେଶରେ ଠାକୁରମାନଙ୍କୁ ଲାଗି କରାଯାଉ ଥିବା ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟରେ ତଡ଼ଗୀ, ନଳିଭୁଜ, ଚନ୍ଦ୍ର, ସୂର୍ୟ୍ୟ, କୁଣ୍ଡଳ, ଆଡ଼କାନି, ହରିଡା ମାଳି, ଅଣ୍ଟାକମର ପଟି ପ୍ରଭୂତି ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.