EnewsOdia.Com

ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍‌ବୁଲ୍‌’

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଡିପ୍ ଡିପ୍ରେସନ୍, ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏହାର ନାଁ ‘ବୁଲ୍‌ବୁଲ୍‌’ ରଖାଯାଇଛି। ଏହା ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି। ବାତ୍ୟା ‘ବୁଲ୍‌ବୁଲ୍’ ଏବେ ପାରାଦୀପ ଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ପରେ ଏହାର ୩୬ ଘଣ୍ଟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

‘ବୁଲ୍‌ବୁଲ୍’ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ୯ ଓ ୧୦ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଅନ୍ୟପକ୍ଷରେ ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ‘ମହା’ ଗୁଜରାଟ ଉପକୂଳ ଛୁଇଁବା ପୂର୍ବରୁ ଦୁର୍ବଳ ହୋଇଯାଇଛି। ଏହାର ପ୍ରଭାବରେ ସୌରାଷ୍ଟ୍ର ଓ ଗୁଜରାଟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି।

ପଢନ୍ତୁ: ବିଶ୍ୱରେ ଏବେ ‘ଜଳବାୟୁ ଏମର୍ଜେନ୍ସି’ ଘୋଷଣା କଲେ ୧୧,୦୦୦ ବୈଜ୍ଞାନିକ

ସମ୍ବନ୍ଧିତ ଖବର

ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା

Ratnamani Maharana

‘ଆହାର’ କେନ୍ଦ୍ରରେ ଆରମ୍ଭ ହେଲା ପ୍ଲାଷ୍ଟିକ ଦିଅ, ପେଟପୁରା ଖାଅ ଅଭିଯାନ

Ratnamani Maharana

ଟ୍ୱିଙ୍କଲ୍‍ଙ୍କୁ ପିଆଜ କାନଫୁଲ ଉପହାର ଦେଲେ ଅକ୍ଷୟ

Ratnamani Maharana

‘ଧାନ ବିଲ ଖସ ଖସ’ ଗୀତର ତାଳେ ତାଳେ ନାଚିଲେ ପ୍ରମିଳା

Ratnamani Maharana

ଛାଡ଼ୁନି ସାରଥି ମୋହ, ଭଦ୍ରକ ଟାଉନ ଥାନା ଅଂଚଳରେ ସାରଥି ବାବାଙ୍କୁ ପୂଜାର୍ଚ୍ଚନା

Ratnamani Maharana

ଆଜି ପବିତ୍ର ମକର ସଂକ୍ରାନ୍ତି

Ratnamani Maharana