News

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ଆଜିଠୁ ଦୁଇ ଦିନ ବର୍ଷିବ

Untitled 1

ବର୍ଷା ଦିନେ ଟାଣ ଖରା । ଯେମିତି ଉଭେଇ ଯାଇଛି ବର୍ଷା । କାଁ ଭାଁ କେବେ କେବେ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଓଡ଼ିଶା ଉପକୂଳକୁ ଲାଗି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଦୁଇ ଦିନ ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ ।୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ ଏବଂ ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହି ସମୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ  ଜନିତ ବର୍ଷା ହୋଇପାରେ ।

ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଓ ସମ୍ବଲପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ପଢନ୍ତୁ: ବେଆଇନ ଦେଶାନ୍ତରୀଙ୍କୁ ଦେଶରୁ ବିତାଡ଼ିତ କରାଯିବ: ଅମିତ ଶାହ

Related posts

ଓୟୁଏଟିର ନୂତନ କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି

ENO Beuro

କେନ୍ଦୁଝର:ଟ୍ରେନ ଧକ୍କାରେ ହାତୀର ମୃତ୍ୟୁ

ENO Beuro

ଏଲଓସିରେ ଗୋଳା ବର୍ଷଣ : ପାକିସ୍ତାନର ଆକ୍ରମଣ ପ୍ରକିୟା ଜାରି

Ratnamani Moharana

Leave a Comment