Loading...

ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କ ଗସ୍ତ ପାଇଁ ସରିଛି ପ୍ରସ୍ତୁତି

ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କ ଗସ୍ତ ପାଇଁ ସରିଛି ପ୍ରସ୍ତୁତି

ରାଷ୍ଟ୍ରପତି‌ ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିବେ। ଭାରତର ସର୍ବୋଚ୍ଚ ସ୍ଥାନରେ ଅଳଙ୍କୃତ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।

ରାଷ୍ଟ୍ରପତି‌ ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିବେ। ଭାରତର ସର୍ବୋଚ୍ଚ ସ୍ଥାନରେ ଅଳଙ୍କୃତ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଆଜି ଅର୍ଥାତ୍‌ ଗୁରୁବାର ସକାଳ ସାଢ଼େ ୯ଟା ସମୟରେ ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅର୍ନର ପ୍ରଦାନ କରାଯିବ। ଏହାପରେ ସେଠାରୁ ସେ ହେଲିକପ୍ଟର ଯୋଗେ ପୁରୀ ଯିବେ। ସାଢ଼େ ୧୦ଟା ସମୟରେ ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ କାର୍‌କେଡ୍‌ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯିବେ ରାଷ୍ଟ୍ରପତି। ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିବେ। ମହାପ୍ରଭୁଙ୍କ ଦର୍ଶନ ସାରି ସାଢ଼େ ୧୧ଟାରେ ରାଷ୍ଟ୍ରପତି ସିଂହଦ୍ବାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଏବଂ ସେଠାରୁ ସିଧା ରାଜଭବନ ବାହାରିବେ। ୧୨ଟାରେ ରାଜଭବନରେ ପହଞ୍ଚିବେ। ସେଠାରେ ସେ ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି। 

ରାଷ୍ଟ୍ରପତି ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ଓ ହଷ୍ଟେଲ୍ ବୁଲି ଆଦିବାସୀ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ସେଠି ବି ଜୋର୍‌ସୋର୍‌ରେ ଚାଲିଛି ପ୍ରସ୍ତୁତି ।

କାଲି ଦିନ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ ।  ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପର୍‌ରେ ସିଧାସଳଖ ପୁରୀ ଯିବେ ରାଷ୍ଟ୍ରପତି । ଚପର୍ ତାଳବଣିଆରେ ଓହ୍ଲାଇବା ପରେ ସେଠୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ । ପୁରୀରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ମୁତୟନ ହେବେ । ୨୫ ପ୍ଲାଟୁନ ପୋଲିସ ଫୋର୍ସ ଏବଂ ଏସ୍ପି ଓ କମାଣ୍ଡାଣ୍ଟଙ୍କ ସମେତ ପ୍ରାୟ ୧୭୦ ଜଣ ଅଧିକାରୀ ରହିବେ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.