ଅତି ଆବଶ୍ୟକ ନଥିଲେ ହସ୍ପିଟାଲ ନଯିବାକୁ ସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପରାମର୍ଶ

ଅତି ଆବଶ୍ୟକ ନଥିଲେ ହସ୍ପିଟାଲ ନଯିବାକୁ ସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପରାମର୍ଶ

ହସ୍ପିଟାଲରେ କଟକଣା ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ।

ହସ୍ପିଟାଲରେ କଟକଣା ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ। ଏଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ। ଯେଉଁମାନଙ୍କ ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି। ସେଠି ଯୋଗାଯୋଗ କରି ସେମାନେ ଔଷଧ ନେଇପାରିବେ। ଏମିତିକି ଓପିଡିର ଆଟେଣ୍ଡାନ୍ସ କମାଇବାକୁ ବି କୁହାଯାଇଛି। ହସ୍ପିଟାଲରେ ମାଇନର ସର୍ଜରୀ ନୁହେଁ, ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ। ଯେଭଳି ରାଜ୍ୟରେ ସଂକ୍ରମଣ ନ ବଢ଼ିବ, ସେଥିଲାଗି ଏଭଳି କଟକଣା ଲଗାଯାଇଛି। ଏହି କଟକଣା ରୋଗୀଙ୍କ ଭଲ ପାଇଁ କରାଯାଇଛି।
ରାଜ୍ୟରେ ସଟଡାଉନ ଓ ଲକଡାଉନ ଆବଶ୍ୟକ କି ବୋଲି ପ୍ରଶ୍ନରେ ସ୍ୱାସ୍ଥ୍ୟ ନିର୍ଦେଶକ କହିଛନ୍ତି, ୧୦ ହଜାର, ୧୨ ହଜାର ଦୈନିକ ସଂକ୍ରମଣରେ ଦ୍ୱିତୀୟ ଲହରର ପ୍ରଭାବ ଦେଖନ୍ତୁ, ଏଥରର ପ୍ରଭାବ ଦେଖନ୍ତୁ। ସବୁଦିଗକୁ ଧ୍ୟାନରେ ରଖି ସରକାର ଉଚିତ ପଦକ୍ଷେପ ନେଉଛନ୍ତି। ସରକାର କଣ ପଦକ୍ଷେପ ନେଉଛନ୍ତି, ଆମେ ତାହାକୁ ଅପେକ୍ଷା କରିବା। ଆମେ ବାରମ୍ବାର କହୁଛୁ, ସଂକ୍ରମଣ ବଢ଼ୁଛି । ସମ୍ଭାବ୍ୟ ସିଭିୟରିଟିକୁ ନଜରରେ ରଖି ଭିତ୍ତିଭୂମି ପ୍ରସ୍ତୁତ କରି ରଖୁଛୁ। ସର୍ଭେଲାନ୍ସ ଚାଲିଛି, ଟିକାକରଣ ଚାଲିଛି। ଗତ ବର୍ଷ ଏହି ପଜିଟିଭ ହାର ଓ ଏବର୍ଷର ହାର ଦେଖିଲେ, ଜାଣିପାରିବେ କେତେ ହସ୍ପିଟାଲାଇଜେସନ ଆବଶ୍ୟକ ହେଉଛି ? ହସ୍ପିଟାଲ କ୍ଷେତ୍ରରେ ରାଜ୍ୟ ଭଲ ସ୍ଥିତିରେ ଅଛି। ସରକାର ଉଚିତ ପଦକ୍ଷେପ ନେଉଛନ୍ତି। ଆବଶ୍ୟକ ପଡ଼ିଲେ ଆଗକୁ ଟେଷ୍ଟିଂ ବଢ଼ାଯିବ, ନଚେତ କମାଯିବ।

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍ । ରେକର୍ଡ ପରେ ରେକର୍ଡ କରି ଚାଲିଛି କରୋନା । ଆଜି ରାଜ୍ୟରେ ୧୦ହଜାର ୨୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ । ଉଦବେଗଜନକ କଥା ହେଉଛି, ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସ୍କ ୧୦୬୫ ଜଣଙ୍କ ନମୂନା ପଜିଟିଭ ଚିହ୍ନଟ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୪୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.