ଆଜିଠୁ ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡା, ପୁରୀ ଓ ସମ୍ବଲପୁରରେ ଆରମ୍ଭ ହେଲା ୫ଜି ସେବା

ଆଜିଠୁ ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡା, ପୁରୀ ଓ ସମ୍ବଲପୁରରେ ଆରମ୍ଭ ହେଲା ୫ଜି ସେବା

ଓଡ଼ିଶାରେ ଜିଓ ଟ୍ରୁ ୫ଜି ଆଜି ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସଗୁଡା, ପୁରୀ ଏବଂ ସମ୍ବଲପୁର ଭଳି ଆଉ ୬ଟି ସହରରେ ଆରମ୍ଭ ହୋଇଛି । ଏଥିସହିତ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ପୂର୍ବରୁ ଜିଓ ଟ୍ରୁ ୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା ଏବଂ ବ୍ରହ୍ମପୁର ସହରରେ ପ୍ରଚଳନ କରାଯାଇସାରିଛି ।

ରିଲାଏନ୍ସ ଜିଓ ଆଜି ଦେଶର ୫୦ଟି ସହରରେ ଏପର୍ଯ୍ୟନ୍ତ ଏହାର ସର୍ବବୃହତ୍‍ ଟ୍ରୁ ୫ଜି ସେବା ପ୍ରଚଳନ ସମ୍ପର୍କରେ ଘୋଷଣା କରିଛି । ଏହାକୁ ମିଶାଇ ଦେଶର ୧୮୪ ସହରରେ ଜିଓ ବ୍ୟବହାରକାରୀ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଭୋଗ କରୁଛନ୍ତି । ଏଥିମଧ୍ୟରୁ ଅଧିକାଂଶ ସହରରେ ରିଲାଏନ୍ସ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବରେ ୫ଜି ସେବା ପ୍ରଚଳନ କରିଛି । ଏହି ସହରଗୁଡିକରେ ଥିବା ଜିଓ ବ୍ୟବହାରକାରୀମାନଙ୍କୁ ବିନା କୌଣସି ଅତିରିକ୍ତ ଦେୟରେ ୧ ଜିବିପିଏସ୍‍+ ସ୍ପିଡ୍‍ ପର୍ଯ୍ୟନ୍ତ ଅସୀମିତ ଡାଟା ବ୍ୟବହାର କରିବା ଅନୁଭୂତି ହାସଲ ନିମନ୍ତେ ଜିଓ ୱେଲ୍‍କମ ଅଫର୍‍କୁ ଆମନ୍ତ୍ରଣ କରାଯିବ, ଯାହା ଆଜିଠାରୁ ଆରମ୍ଭ ହେଉଛି । ଓଡ଼ିଶାରେ ଜିଓ ଟ୍ରୁ ୫ଜି ଆଜି ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସଗୁଡା, ପୁରୀ ଏବଂ ସମ୍ବଲପୁର ଭଳି ଆଉ ୬ଟି ସହରରେ ଆରମ୍ଭ ହୋଇଛି । ଏଥିସହିତ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ପୂର୍ବରୁ ଜିଓ ଟ୍ରୁ ୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା ଏବଂ ବ୍ରହ୍ମପୁର ସହରରେ ପ୍ରଚଳନ କରାଯାଇସାରିଛି ।

ଏହି ଅବସରରେ ପ୍ରକାଶ କରି ଜିଓ ମୁଖପାତ୍ର କହିଛନ୍ତି, “ଦେଶର ୧୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଆଉ ୫୦ଟି ସହରରେ ଜିଓ ଟ୍ରୁ ୫ଜି ସେବା ପ୍ରଚଳନ କରିବା ନେଇ ଆମେ ଅତ୍ୟନ୍ତ ଉଲ୍ଲସିତ ଅଛୁ ଏବଂ ଏଥିସହିତ ଦେଶର ମୋଟ ୧୮୪ଟି ସହରରେ ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ଏହା ଏପର୍ଯ୍ୟନ୍ତ କେବଳ ଭାରତ ନୁହେଁ, ପୃଥିବୀର ଯେକୌଣସି ସ୍ଥାନରେ ଅନ୍ୟତମ ସର୍ବବୃହତ ୫ଜି ସେବା ପ୍ରଚଳନ ହୋଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.