ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂ ଗିରଫ

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂ ଗିରଫ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ଦାଖଲ କରିଥିବା ଚାର୍ଜସିଟରେ ସଞ୍ଜୟ ସିଂହଙ୍କ ନାଁ ରହିଛି । ଗିରଫକୁ  ବିରୋଧ କରି ସାଂସଦଙ୍କ ବାସଭବନ ଆଗରେ ବିକ୍ଷୋଭ କରିଥିଲେ ଆମ ଆଦମୀ ପାର୍ଟିର କର୍ମକର୍ତା । ୧୦ ଘଣ୍ଟା ଜେରା କରିବା ପରେ ସଂଜୟ ସିଂହଙ୍କୁ ଇଡି ଗିରଫ କରିଛି । ଏହାପରେ ଆପ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ସ୍ଥିତ ସାଂସଦଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ଭେଟିଥିଲେ । ଏହାପରେ ଗଣମାଧ୍ୟମ ଆଗରେ କହିଥିଲେ, ବିଜେପି ୨୦୨୪ ନିର୍ବାଚନ ହାରୁଥିବା ଜାଣିବା ପରେ ହତାଶ ହୋଇ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଏହାର ପ୍ରତିବାଦରେ ଆଜି ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆମ ଆଦମୀ ପାର୍ଟି ପକ୍ଷରୁ ବିକ୍ଷୋଭ କରାଯିବ ବୋଲି ସୂଚନା ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.