ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଆଖିବୁଜିଲେ ଅଭିନେତା ପିଣ୍ଟୁ ନନ୍ଦ

ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଆଖିବୁଜିଲେ ଅଭିନେତା ପିଣ୍ଟୁ ନନ୍ଦ

ଅଭିନେତା ପିଣ୍ଟୁ ନନ୍ଦଙ୍କୁଗତ କିଛିଦିନ ହେବ ପିଣ୍ଟୁ ଲିଭର ସୋରାସିସ ରୋଗରେ ପୀଡିତ ଥିବାରୁ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିଲା । ସେ କିମ୍‌ସରେ ଚିକିତ୍ସିତ ହେଉଥିବା ବେଳେ ଫେବୃଆରୀ ୭ ତାରିଖରେ ଯକୃତ ପ୍ରତିରୋପଣ ବା ଲିଭର ଟ୍ରାନ୍ସପ୍ଲାନେଟ ପାଇଁ ତାଙ୍କୁ ଦିଲ୍ଲୀ ନିଆଯାଇଥିଲା ।

ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଆଖିବୁଜିଲେ ଅଭିନେତା ପିଣ୍ଟୁ ନନ୍ଦ। ରାତି ୧୧ଟା ୨୫ ମିନିଟ୍‌ରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ନିକଟରେ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିୟାରି ସାଇନ୍ସ (ଆଇଏଲବିଏସ)ରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ପିଣ୍ଟୁଙ୍କୁ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ଅଭିନେତା ପିଣ୍ଟୁ ନନ୍ଦଙ୍କୁଗତ କିଛିଦିନ ହେବ ପିଣ୍ଟୁ ଲିଭର ସୋରାସିସ ରୋଗରେ ପୀଡିତ ଥିବାରୁ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିଲା । ସେ କିମ୍‌ସରେ ଚିକିତ୍ସିତ ହେଉଥିବା ବେଳେ ଫେବୃଆରୀ ୭ ତାରିଖରେ ଯକୃତ ପ୍ରତିରୋପଣ ବା ଲିଭର ଟ୍ରାନ୍ସପ୍ଲାନେଟ ପାଇଁ ତାଙ୍କୁ ଦିଲ୍ଲୀ ନିଆଯାଇଥିଲା ।ପିଣ୍ଟୁ ନନ୍ଦଙ୍କୁ ଡୋନର ନମିଳିବାରୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା। ଯଶୋଦା ହସ୍ପିଟାଲ୍ ଡାକ୍ତରମାନେ ତାଙ୍କୁ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ (କାଡେଭର) କରିବାକୁ ପରାମର୍ଶ ଦେଇଥିଲେ। ପରିବାରର ଜଣେ ସଦସ୍ୟ ଲିଭର ଦାନ କରିବାର ଥିଲା। କିନ୍ତୁ ଠିକ ସମୟରେ ବ୍ଲଡ୍ ଗ୍ରୁପ୍ ଅସଙ୍ଗତି ଏବଂ ଅନ୍ୟାନ୍ୟ କାରଣରୁ ତାହା ସମ୍ଭବ ହୋଇପାରିନଥିଲା।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.