ଆଜିଠୁ କ୍ରିକେଟ ବିଶ୍ବକପ, ପ୍ରତିଯୋଗିତାରେ ବିଶ୍ବର ଶ୍ରେଷ୍ଠ ୧୦ ଦଳ

ଆଜିଠୁ କ୍ରିକେଟ ବିଶ୍ବକପ, ପ୍ରତିଯୋଗିତାରେ ବିଶ୍ବର ଶ୍ରେଷ୍ଠ ୧୦ ଦଳ

କ୍ରିକେଟ ବିଶ୍ବକପର ତ୍ରୟୋଦଶତମ ସଂସ୍କରଣ ଲାଗି କ୍ଷେତ୍ର ପ୍ରସ୍ତୁତ ା ବିସିସିଆଇ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ।

କ୍ରିକେଟ ବିଶ୍ବକପର ତ୍ରୟୋଦଶତମ ସଂସ୍କରଣ ଲାଗି କ୍ଷେତ୍ର ପ୍ରସ୍ତୁତ ା ବିସିସିଆଇ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଉଦଘାଟନୀ ମ୍ୟାଚରେ ଗତଥର ଫାଇନାଲକୁ ଯାଇଥିବା ଦୁଇ ଟିମ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ । ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗ ନେବେ ବିଶ୍ବର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଭାରତ ସମେତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ନେଦରଲାଣ୍ଡ୍‌ସ, ବାଂଲାଦେଶ,ଆଫଗାନିସ୍ତାନ, ଶ୍ରୀଲଙ୍କା ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଅହମ୍ମଦାବାର ମୋ​‌େ​‌ଟେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ଗତଥରର ବିଜେତା ଇଂଲଣ୍ଡ ଓ ରନର୍ସଅପ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଗୁରୁବାର ଖେଳାଯିବ। ଏଥି ସହିତ ଉକ୍ତ କ୍ରୀଡ଼ା ମହାକୁମ୍ଭର ଶୁଭାରମ୍ଭ ହେବ। ଏସୀୟ ମହାଦେଶର ଦେଶର ଏହା ହେବ ସର୍ବବୃହତ କ୍ରିକେଟ ମହାକୁମ୍ଭ। 

ସୂଚନାନୁସାରେ, ଚଳିତ ବର୍ଷ ମ୍ୟାଚ ପୂର୍ବରୁ କୌଣସି ଉଦଘାଟନୀ ଉତ୍ସବ ଅବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ନାହିଁ । ତେବେ ଆନୁଷ୍ଠାନିକ ଭାବେ ସଚିନ ତେନ୍ଦୁଲକର ବିଶ୍ୱକପ ଟ୍ରଫିର ଉଦଘାଟନ କରିବେ । ମ୍ୟାଚ୍ ପୂର୍ବରୁ ବିଶ୍ୱକପ୍ ଟ୍ରଫି ସହ ପଡ଼ିଆକୁ ଯାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ଆଇସିସିର ଗ୍ଲୋବାଲ ବ୍ରାଣ୍ଡ ଆମ୍ବାସଡର ନିଯୁକ୍ତ ହୋଇଥିବା ସଚିନ୍ ତେନ୍ଦୁଲକର । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.