୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି ।

ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି । ମଧ୍ୟାନ୍ନ ବିରତି ପରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଧ୍ୟ ଯୋଗଦେବେ । ଏହା ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ ।

ସେହିଭଳି ଏହା ପରଦିନ ଅର୍ଥାତ୍ ୧୧ ତାରିଖ ସକାଳ ସମୟରେ ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ କଟକ ଗସ୍ତକରି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ବିତୀୟ ଭାରତୀୟ ଧାନ କଂଗ୍ରେସକୁ ଉଦଘାଟନ କରିବେ । ଏହାପରେ ସେହିଦିନ ଭୁବନେଶ୍ବର ବିମାନ ବନ୍ଦରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.