ଆଜି ସକାଳୁ ୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଉପକଣ୍ଡ ତମାଣ୍ଡୋରେ ଡ୍ରାଇଭର ମହାସଂଘ ଶାନ୍ତିପୂର୍ଣ୍ଣ ପ୍ରତିବାଦ ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଡ୍ରାଇଭର ମହାସଂଘର ଦାବି ପୂରଣ ନହେଲେ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହା ଚାଲୁରହିବ ବୋଲି କହିଛନ୍ତି ମହାସଂଘର ମୁଖ୍ୟ। ଡ୍ରାଇଭରମାନେ ହଳଦିଆ ନମ୍ବର ଥିବା ସବୁ ମାଲବାହୀ ଗାଡ଼ିକୁ ଅଟକାଉଛନ୍ତି। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନ୍ସନ୍, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର, ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ ।