ଆଜି ସାରା ରାଜ୍ୟରେ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ପଡ଼ିବ। ଆଜି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ସତର୍କତା ଜାରି ହୋଇଛି।ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ସେହିପରି ୮ ତାରିଖ ଦିନ ରାଜ୍ୟରେ କୁଆପଥର ବର୍ଷା ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରିରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।