ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ଆଜି ପୂର୍ବାହ୍ନ ସୁଦ୍ଧା ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପରବର୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆଜି ପୂର୍ବାହ୍ନ ସୁଦ୍ଧା ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପରବର୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି।ପ୍ରବଳ ବର୍ଷା ହେବାକୁ ଥିବାରୁ ଅମଳ ହୋଇ ଖଳାରେ ପଡ଼ିଥିବା ଫସଲକୁ ଘୋଡ଼ାଇ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ଘନ କୁହୁଡ଼ି ସମୟରେ ଟ୍ରାଫିକ୍‌ ସମସ୍ୟା ତଥା ଗାଡ଼ି ଚଳାଚଳରେ ପ୍ରଭାବ ପଡ଼ିବାର ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଏଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.