ସୂର୍ଯ୍ୟୋପରାଗ ପାଇଁ ଆସନ୍ତା ଅକ୍ଟୋବର ୨୫ରେ ସରକାରୀ ଛୁଟି ଘୋଷଣା। ମଙ୍ଗଳବାର ଦିନ ସୂର୍ଯ୍ୟୋପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।ଆସନ୍ତା ୨୫ ତାରିଖ (ମଙ୍ଗଳବାର) ଦିନ ସୂର୍ଯ୍ୟୋପରାଗ ପଡ଼ୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଆସନ୍ତା ମଙ୍ଗଳବାର ଦିନ ରାଜ୍ୟର ସବୁ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଂ ଅନୁଷ୍ଠାନ ବନ୍ଦ ରହିବ।