ଦିଲ୍ଲୀର ILBS ହସ୍ପିଟାଲରେ ହେବ ପିଣ୍ଟୁ ନନ୍ଦଙ୍କ ଚିକିତ୍ସା

ଦିଲ୍ଲୀର ILBS ହସ୍ପିଟାଲରେ ହେବ ପିଣ୍ଟୁ ନନ୍ଦଙ୍କ ଚିକିତ୍ସା

ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସମେତ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି। ଏହାସହ ଫ୍ୟାନ୍ସଙ୍କଠୁ ଆରମ୍ଭ କରି ଶୁଭାକାଂକ୍ଷୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ ସୂଚନା ମିଳିଛି।

ଆଜି ସକାଳ ସକାଳ ୯ ଟା ୪୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇ ଯକୃତ ପ୍ରତ୍ୟାରୋପଣ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଦିଲ୍ଲୀ ସ୍ଥିତ ଘରୋଇ ହସ୍ପିଟାଲ ILBSରେ ତାଙ୍କର ଚିକିତ୍ସା କରାଯିବ। 

ଲିଭର୍ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଆବଶ୍ୟକ ରହିଛି। ଏନେଇ ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସମେତ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି। ଏହାସହ ଫ୍ୟାନ୍ସଙ୍କଠୁ ଆରମ୍ଭ କରି ଶୁଭାକାଂକ୍ଷୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ  ସୂଚନା ମିଳିଛି।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.