ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ନୀତି

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ନୀତି

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ। ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ।

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ। ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ। ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଇଥାଏ।ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି । ନଗର ପରିକ୍ରମା ସହ ଚାରିଆଶ୍ରମ ବିଜେ କରିବେ ଚକ୍ରରାଜ ସୁଦର୍ଶନ ।  ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା କରିବ । ଏହାପରେ ପନ୍ତି ଭୋଗ ଖାଇ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ବର ମହାଦେବ ମନ୍ଦିରକୁ ବିଜେ କରିବେ । ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ବରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ୍ନ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ତେବେ ଗତକାଲି ରାତିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥିଲା କେକେସି ରାକ୍ଷସ ବଧ ନୀତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.