ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ତାଙ୍କୁ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ତାଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜୁନ୍ ୧୨, ୨୦୨୨ରେ କୋଭିଡ ପରବର୍ତ୍ତୀ ଜଟିଳତା ପାଇଁ ସୋନିଆ ଗାନ୍ଧୀଙ୍କୁ ନୂଆଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ଜୁନ୍ ୧୮ରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ଏବେ ପୁଣି ଥରେ ତାଙ୍କୁ ସେହି ଡାକ୍ତରଖାନାରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଭର୍ତ୍ତି କରାଯାଇଛି।